Posted inଜାତୀୟ

ସଂସଦ ସାମ୍ନାରେ ମୁହାଁମୁହିଁ ହୋଇଗଲେ ରାହୁଲ-ରାଜନାଥ, ହଠାତ୍‌ ହସିବାକୁ ଲାଗିଲେ ଭାଜପା ନେତା

ନୂଆଦିଲ୍ଲୀ,୧୧।୧୨: ଚଳିତ ସଂସଦ ଅଧିବେଶନରେ କଂଗ୍ରେସ କ୍ରମାଗତ ଭାବରେ ସରକାରଙ୍କୁ ଘେରିବାରେ ଲାଗିଛି। କଂଗ୍ରେସ ପ୍ରତିଦିନ ନୂଆ ଢଙ୍ଗରେ ସଂସଦ ବାହାରେ ବିରୋଧ କରୁଛି। ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଏହି ବିରୋଧ ପ୍ରଦର୍ଶନ କରାଯାଉଛି। ଆଜି ବି ଅନେକ କଂଗ୍ରେସ ନେତା ଏହି ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ସଂସଦ ବାହାରେ ବିରୋଧ ପ୍ରଦର୍ଶନବେଳେ କଂଗ୍ରେସ, ଏନଡିଏ ଏମପି ଓ ମନ୍ତ୍ରୀମାନଙ୍କୁ ଗୋଲାପ ଓ ତ୍ରିରଙ୍ଗା ପ୍ରଦାନ କରୁଛନ୍ତି। ଏହି ସମୟରେ ଏକ ବିଶେଷ ଘଟଣା ଦେଖିବାକୁ ମିଳିଛି। ଯେତେବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦ ଭିତରକୁ ପ୍ରବେଶ କରୁଛନ୍ତି ଏହି ସମୟରେ ରାହୁଲ ହଠାତ୍‌ ତାଙ୍କ ଆଗକୁ ଚାଲି ଆସିଥିଲେ। ଏହି ଦୃଶ୍ୟ କିଛି ସମୟ ପାଇଁ ରୋଚକ ପରିସ୍ଥିତି ଦେଖିବାକୁ ମିଳିଥିଲା।

ରାଜନାଥ ସିଂ ତାଙ୍କ କାରରୁ ଓହ୍ଲାଇବା ମାତ୍ରେ ରାହୁଲ ଗାନ୍ଧୀ ତୁରନ୍ତ ତାଙ୍କ ଆଗକୁ ଚାଲି ଆସିଥିଲେ। ଏହି ସମୟରେ ରାଜନାଥ ସିଂ ଏବଂ ରାହୁଲଙ୍କ ମଧ୍ୟରେ କିଛି ସେକେଣ୍ଡ ପାଇଁ କଥାବାର୍ତ୍ତା ହୋଇଥିଲା। କିନ୍ତୁ ରାହୁଲ ତାଙ୍କୁ ତ୍ରିରଙ୍ଗା ଦେବା ମାତ୍ରେ ରାଜନାଥ ଏହାକୁ ନ ନେଇ ହସି ହସି ଆଗକୁ ଚାଲି ଯାଇଥିଲେ। ଏହି ସମୟରେ କଂଗ୍ରେସ ନେତା, ଭାଜପା ନେତା ଏବଂ ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀମାନେ ମଧ୍ୟ ହସୁଥିବା ଦେଖାଯାଇଥିଲା। ବର୍ତ୍ତମାନ ଏହି ଘଟଣାର ପୁରା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?