Posted inଜାତୀୟ

ଭାରତ ଯୋଡୋ ନ୍ୟାୟ ଯାତ୍ରା ମଞ୍ଚରେ କ୍ଷମା ମାଗିଲେ ରାହୁଲ

ନୂଆଦିଲ୍ଲୀ,୧୪।୧: କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ରବିବାର ମଣିପୁରର ଥୋବାଲରୁ ଆରମ୍ଭ ହୋଇଥିଲା। ଏହି ଯାତ୍ରା ଆରମ୍ଭ ପୂର୍ବରୁ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ମଧ୍ୟ ସେଠାରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରିଥିଲେ। ସେ ପ୍ରଥମେ ମଞ୍ଚକୁ ଯାଇ ସେଠାରେ ଉପସ୍ଥିତ ଥିବା ଲୋକଙ୍କୁ କ୍ଷମା ମାଗିଥିଲେ।
ଲୋକଙ୍କ ଆଡକୁ ସୂଚାଇ ରାହୁଲ ଗାନ୍ଧୀ କହିଛନ୍ତି, ଦିଲ୍ଲୀରେ କୁହୁଡ଼ି ହେତୁ ଆମର ବିମାନ ବିଳମ୍ବ ହୋଇଗଲା। ଆମେ ଜାଣୁ ଯେ ଆପଣ ସକାଳୁ ଆମକୁ ଅପେକ୍ଷା କରି ରହିଛନ୍ତି। ଆପଣମାନେ ବିରକ୍ତ ହୋଇଥିଲେ, ତେଣୁ ମୁଁ ଆପଣଙ୍କୁ କ୍ଷମା ମାଗୁଛି।
କଂଗ୍ରେସ ଏମପି ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରେ କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ଟକ୍କର ଦେଇଛନ୍ତି। ସେ କହିଛନ୍ତି, ମଣିପୁରରେ ଭାଇ, ଭଉଣୀ, ମାତାପିତାଙ୍କୁ ହତ୍ୟା କରାଯାଇଥିଲା, କିନ୍ତୁ ଆଜି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ମୋଦି ଆପଣଙ୍କ ଲୁହ ପୋଛିବାକୁ ଆସିନାହାଁନ୍ତି, ଏହା ଲଜ୍ଜାଜନକ ବିଷୟ। ଆମେ କଶ୍ମୀରରୁ କନ୍ୟାକୁମାରୀ ଅଭିମୁଖେ ଯାତ୍ରା କରିଥିଲୁ, ଭାରତକୁ ଏକଜୁଟ କରିବା, ଘୃଣା ଦୂର କରିବା ବିଷୟରେ କହିଥିଲୁ। ଲକ୍ଷ ଲକ୍ଷ ଲୋକଙ୍କ ସହ କଥା ହୋଇ ସେମାନଙ୍କ ଯନ୍ତ୍ରଣା ଶୁଣିଥିଲୁ।
ଭାଜପା ଉପରେ ଅଭିଯୋଗ କରି ସେ କହିଛନ୍ତି ଯେ ମଣିପୁର ଭାଜପା ଏବଂ ଆରଏସଏସ ପାଇଁ ଭାରତର ଏକ ଅଂଶ ନୁହେଁ। ସେ କହିଛନ୍ତି, ମଣିପୁରବାସୀଙ୍କ ଯନ୍ତ୍ରଣା ଆମେ ବୁଝୁଛୁ। ଆମେ ଆପଣଙ୍କୁ ପ୍ରତିଶୃତି ଦେଉଛୁ ଯେ ଆମେ ଏହି ରାଜ୍ୟରେ ଶାନ୍ତି ଆଣିବୁ। ଭରତ ଯୋଡା ଯାତ୍ରାରେ ଆମେ ସକାଳ ୬ଟାରୁ ଆରମ୍ଭ କରି ସନ୍ଧ୍ୟା ୭ ଟା ରେ ଶେଷ କରିଥାଉ। ଆମେ ଅପଣଙ୍କ କଥା ଶୁଣୁ।ଆମେ ଆମର ଚିନ୍ତାଧାରା ବାଣ୍ଟିବାକୁ ଚାହୁଁନାହୁଁ। ତୁମ ସହ ମିଶି ଆମେ ସମଗ୍ର ଭାରତ ଆଗରେ ଭାଇଚାରା ଉପସ୍ଥାପନ କରିବାକୁ ଯାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?