Posted inଜାତୀୟ

ସଂସଦର ସମୟ ନଷ୍ଟ ନ କରି ପେଗାସସ୍‌ ଉପରେ ଆଲୋଚନା କରିବାକୁ କହିଲେ ରାହୁଲ…

ନୂଆଦିଲ୍ଲୀ,୨୯।୭: କଂଗ୍ରେସ ପକ୍ଷରୁ ଦରବୃଦ୍ଧି, କୃଷି ଆଇନ ନେଇ ସୃଷ୍ଟି ହୋଇଥିବା ଚାଷୀ ସମସ୍ୟା ଏବଂ ପେଗାସସ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। କେନ୍ଦ୍ର ସରକାର ବିରୋଧୀ ଦଳର କାର୍ଯ୍ୟକୁ ଅନୁମତି ଦେଉ ନ ଥିବା ଗୁରୁବାର କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ସଂସଦର ସମୟ ନଷ୍ଟ କରାଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ମୁଦ୍ରାସ୍ଫୀତି, କୃଷକ ସମସ୍ୟା ଏବଂ ପେଗାସସ୍‌ ଉପରେ ଆଲୋଚନା ଶୀଘ୍ର କରାଯିବା ଲାଗି ରାହୁଲ ଟୁଇଟ୍‌ କରି ଦାବି କରିଛନ୍ତି। ସେ ଟୁଇଟ କରି କହିଛନ୍ତି ଯେ, ଲୋକ ସଭା ଏବଂ ରାଜ୍ୟ ସଭା ସଦସ୍ୟମାନେ ଦେଶର ସାଧାରଣ ଜନତାଙ୍କ ସମସ୍ୟା ବିଷୟରେ ଆଲୋଚନା କରିବା ହେଉଛି ଗଣତନ୍ତ୍ରର ମୂଳଦୁଆ। ଜାତୀୟସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଂସଦରେ ଆଲୋଚନା କରାଯିବା ଅପରିହାର୍ଯ୍ୟ। ମାତ୍ର ମୋଦି ସରକାର ବିରୋଧୀଙ୍କୁ ଏହି କାର୍ଯ୍ୟ କରିବାକୁ ଅନୁମତି ଦେଉ ନାହାଁନ୍ତି। ସରକାରଙ୍କକ ଏଭଳି କାର୍ଯ୍ୟ ଗଣତନ୍ତ୍ର ବିରୋଧୀ ବୋଲି ସେ କହିଛନ୍ତି। ସୂଚନାଯାଗ୍ୟ, ଜୁଲାଇ ୧୯ରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ଗୃହର ସାଧାରଣ କାର୍ଯ୍ୟ ବ୍ୟାହତ ହୋଇଛି। ପେଗାସସ ଗୁପ୍ତଚର ପ୍ରସଙ୍ଗରେ ସରକାର ଆଲୋଚନା କରିବାକୁ ପ୍ରସ୍ତୁତ ହେବା ପରେ ହିଁ ସଂସଦ ସ୍ବାଭାବିକ ଭାବେ କାର୍ଯ୍ୟ କରିବ ବୋଲି ବିରୋଧୀ ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri