Posted inଜାତୀୟ

କୋଲକାତା ମାମଲାରେ ମମତାଙ୍କୁ ଘେରିଲେ ରାହୁଲ, କରିଦେଲେ ଏମିତି ଟ୍ବିଟ୍‌ ରାଗିକି ନିଆଁବାଣ…

କୋଲକାତା,୨୦।୮: କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ଟ୍ରେନିଂ ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ପରେ ପୁରା ଦେଶ ସ୍ତବ୍ଧ ହୋଇପଡିଛି। ଯାହାକୁ ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ତେବେ ଏହି ଛାତିଥରା ଘଟଣାକୁ ନେଇ ଦେଶର ସମସ୍ତ ଡାକ୍ତରଖାନା (ବେସରକାରୀ ଏବଂ ସରକାରୀ) ଡାକ୍ତରମାନେ ବିରୋଧ ପ୍ରଦର୍ଶନ କରିଛନ୍ତି। ଏଥି ସହିତ ଏହି ପ୍ରସଙ୍ଗରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟ ଜାରି ରହିଛି। ପଶଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ସରକାର ଏବଂ ତାଙ୍କ ପ୍ରଶାସନକୁ ଏହି ପ୍ରସଙ୍ଗରେ ଅବହେଳା କରୁଥିବା ଅଭିଯୋଗ ୟୟକରୁଥିବା ନେଇ ସହଯୋଗୀ ଦଳମାନେ ମଧ୍ୟ ତାଙ୍କୁ ବିରୋଧ କରୁଛନ୍ତି। ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଇଣ୍ଡିଆନ ଆଲାଏନ୍ସ ଏବଂ ମମତାଙ୍କର ସହଯୋଗୀ ଏହି ପ୍ରସଙ୍ଗରେ ଟୁଇଟ କରିଛନ୍ତି, ଯାହା ପରେ ଉଭୟଙ୍କ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ରାହୁଲ ଗାନ୍ଧୀଙ୍କ ଟ୍ବିଟକୁ ନେଇ ମମତା ବାନାର୍ଜୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ରାହୁଲ ଗାନ୍ଧୀଙ୍କ ଟ୍ବିଟ ଯୋଗୁଁ ମାମଲା ଏତେ ବଢିଯାଇଛି ଯେ ଏହାକୁ ମମତା କେବଳ ବିରୋଧ କରିଛନ୍ତି ତାହା ନୁହେଁ ବରଂ କଂଗ୍ରେସର ଦୁଇ ବରିଷ୍ଠ ନେତାଙ୍କୁ ମଧ୍ୟ ଅଭିଯୋଗ କରିବାକୁ କହିଛନ୍ତି। ତେବେ କଂଗ୍ରେସ ଏ ବାବଦରେ ସ୍ପଷ୍ଟୀକରଣ ଜାରି କରିଛି। ଜାତୀୟ ଦଳର ରିପୋର୍ଟନୁସାରେ କଂଗ୍ରେସ ନେତାଙ୍କ ସହ ମମତା ଫୋନରେ କଥା ହୋଇ ରାହୁଲଙ୍କୁ ନେଇ ଅଭିଯୋଗ ଆଣିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ନେତାମାନେ କହିଛନ୍ତି ଯେ, ରାହୁଲ କୌଣସି ରାଜନୈତିକ ଆକ୍ରମଣ କରିନାହାଁନ୍ତି । ସେ କେବଳ କୋଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କ ହତ୍ୟା ଉପରେ ମହିଳାଙ୍କ ସୁରକ୍ଷା ବିଷୟରେ ପ୍ରଶ୍ନ ଉଠାଇଛନ୍ତି।

ତେବେ ମମତା ଏ ବାବଦରେ କିଛି ଶୁଣିବାକୁ ପ୍ରସ୍ତୁତ ନ ଥିଲେ। ସେ ନିଜର ଅସନ୍ତୋଷ ବ୍ୟକ୍ତ କରିବାକୁ ଲାଗିଲେ। ଅନ୍ୟପକ୍ଷରେ ଅଖିଳେଶ ଯାଦବ କୋଲକାତା ଘଟଣାରେ ଭାଜପା ରାଜନୀତି କରୁଥିବା ଅଭିଯୋଗ କରିଛନ୍ତି ଏବଂ ମମତାଙ୍କୁ ସମର୍ଥନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?