Posted inଜାତୀୟ

ରାହୁଲ-ବରୁଣ ଭେଟ, ରାଜନୈତିକସ୍ତରରେ କଳ୍ପନାଜଳ୍ପନା ଆରମ୍ଭ…

ନୂଆଦିଲ୍ଲୀ,୭।୧୧ : କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ତାଙ୍କ ସମ୍ପର୍କୀୟ ତଥା ଭାଜପା ଏମପି ବରୁଣ ଗାନ୍ଧୀଙ୍କ ସହ କିଛି ସମୟ ସାକ୍ଷାତ କରିଛନ୍ତି। ସୂତ୍ରରୁ ପ୍ରକାଶ ମଙ୍ଗଳବାର କେଦାରନାଥ ମନ୍ଦିରରେ ଦର୍ଶନ ସମୟରେ ଏହି ବାର୍ତ୍ତାଳାପ ହୋଇଥିଲା। ସାଧାରଣତଃ ଦୁଇ ଭାଇ ସର୍ବସାଧାରଣରେ କମ ସାକ୍ଷାତ କରୁଥିବା ଦେଖାଯାଏ ।

ଦେଶର ଏକ ପ୍ରମୁଖ ରାଜନୈତିକ ପରିବାରର ଦୁଇ ସମ୍ପର୍କୀୟଙ୍କ ସାକ୍ଷାତ ନେଇ ବରୁଣ ଗାନ୍ଧୀଙ୍କ ରାଜନୈତିକ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ବରୁଣ ଗାନ୍ଧୀ ଏବଂ ମାନେକା ଗାନ୍ଧୀଙ୍କୁ ଗତ କିଛି ମାସ ମଧ୍ୟରେ ଭାଜପାର ପ୍ରମୁଖ ବୈଠକରେ ଦେଖିବାକୁ ମିଳି ନାହିଁ। ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସେମାନଙ୍କ ମତ ଦଳଠାରୁ ଭିନ୍ନ ଥିଲା। ସୂତ୍ରରୁ ପ୍ରକାଶ ଯେ ଗାନ୍ଧୀ ପରିବାରର ଦୁଇ ସଦସ୍ୟ ମନ୍ଦିର ବାହାରେ କିଛି ସମୟ ସାକ୍ଷାତ କରି ପରସ୍ପରକୁ ଅଭିବାଦନ ଜଣାଇଥିଲେ।

ବରୁଣଙ୍କ ଝିଇ ଅନୁସୁୟାଙ୍କୁ ଭେଟି ରାହୁଲ ଗାନ୍ଧୀ ବହୁତ ଖୁସି ଥିଲେ। ଯଦିଓ ଦୁଇ ସମ୍ପର୍କୀୟ ଭାଇ ସାକ୍ଷାତ କରନ୍ତି ନାହିଁ, ତଥାପି ସେମାନଙ୍କ ମଧ୍ୟରେ ଭଲ ସମ୍ପର୍କ ଅଛି।

ରାହୁଲ ଗାନ୍ଧୀ ଗତ ତିନି ଦିନ ଧରି ଉତ୍ତରାଖଣ୍ଡର କେଦାରନାଥରେ ଥିବାବେଳେ ବରୁଣ ଗାନ୍ଧୀ ମଙ୍ଗଳବାର ତାଙ୍କ ପରିବାର ସହିତ କେଦାରନାଥ ପରିଦର୍ଶନ କରିଛନ୍ତି।

ଏହାପୂର୍ବରୁ ଭାରତ ଯୋଡୋ ଯାତ୍ରା ସମୟରେ ରାହୁଲ ଗାନ୍ଧୀ ପଞ୍ଜାବରେ କହିଥିଲେ ମୁଁ ନିଶ୍ଚିତ ଭାବରେ ବରୁଣ ଗାନ୍ଧୀଙ୍କୁ ପ୍ରେମ ଏବଂ ଆଲିଙ୍ଗନ କରିପାରିବି, କିନ୍ତୁ ମୁଁ ତାଙ୍କ ଆଦର୍ଶକୁ ଗ୍ରହଣ କରିପାରିବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri