Posted inଜାତୀୟ

ରାହୁଲ ହୁଅନ୍ତୁ ବିରୋଧୀ ଦଳ ନେତା: ଏମପିଙ୍କ ଦାବି

ନୂଆଦିଲ୍ଲୀ,୮।୬: ଲୋକ ସଭା ନିର୍ବାଚନର ଫଳାଫଳ ପରେ ଶନିବାର ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟିର ବୈଠକ ଅନୁଷ୍ଠିତ ହୋଇଛି। ଦଳର ସମସ୍ତ ନବ ନିର୍ବାଚିତ ସାଂସଦ ଏହି ବୈଠକରେ ଯୋଗ ଦେଇଛନ୍ତି। ଏହି ସଭାରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଯୋଗ ଦେଇଛନ୍ତି। ବୈଠକରେ ଯୋଗ ଦେଇଥିବା ଅଧିକାଂଶ ଏମପି ରାହୁଲ ଗାନ୍ଧୀଙ୍କୁ ବିରୋଧୀଦଳର ନେତା କରିବାକୁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ୯୯ଟି ସିଟ ଜିତି ଭାଜପା ପରେ ଏଥର କଂଗ୍ରେସ ଦ୍ୱିତୀୟ ବୃହତ୍ତମ ଦଳ ହୋଇପାରିଛି।

ଏଭଳି ପରିସ୍ଥିତିରେ କଂଗ୍ରେସ ନେତା ଆନୁଷ୍ଠାନିକ ଭାବରେ ବିରୋଧୀଦଳର ନେତା ମାନ୍ୟତା ପାଇବେ। ବିରୋଧୀ ଦଳର ନେତା ହେବାକୁ ହେଲେ ସର୍ବ ବୃହତ ବିରୋଧୀ ଦଳ ନିଶ୍ଚିତ ଭାବରେ ମୋଟ ସିଟ ମଧ୍ୟରୁ ଅତିକମରେ ଦଶ ପ୍ରତିଶତ ଅର୍ଥାତ୍‌ ୫୫ ଟି ସିଟ ରହିବା ଆବଶ୍ୟକ। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏହି ପଦ ପାଇଁ ସବୁଠାରୁ ବଡ ପ୍ରତିଦ୍ୱନ୍ଦ୍ୱୀ ଭାବେ ବିବେଚନା କରାଯାଉଛି । ତେବେ ଦଳ ଭିତରୁ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି ଯେ ରାହୁଲ ଗାନ୍ଧୀ ବିରୋଧୀ ଦଳର ନେତା ଭାବରେ ଦାୟିତ୍ୱ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri