Posted inଜାତୀୟ

ମୋଦିଙ୍କୁ ‘ଯାଦୁକର’ କହିଲେ ରାହୁଲ: ରାଜନୀତିରେ ହଇଚଇ

ନୂଆଦିଲ୍ଲୀ,୧୮ା୪: ଯାଦୁକରଙ୍କ ଟ୍ରିକ୍‌ (କୌଶଳ) ଆଉ ପୂର୍ବଭଳି କାମ କରୁନାହିଁ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ଲୋକ ସଭାରେ ମହିଳା ସଂରକ୍ଷଣ ଆଇନରେ ସଂଶୋଧନ ଉପରେ ବିତର୍କ ଜାରି ରହିଥିବାବେଳେ ରାହୁଲ ନିଜ ବକ୍ତବ୍ୟ ରଖି ଏପରି କହିଛନ୍ତି। ମହିଳା ସଶକ୍ତୀକରଣକୁ ପ୍ରୋତ୍ସାହନ ଦେଉଛୁ ବୋଲି ସରକାରଙ୍କ ଦାବି ଉପରେ ପ୍ରଶ୍ନ ଉଠାଇ ବିରୋଧୀ ଦଳ ନେତା କହିଥିଲେ, ମ୍ୟାଜିସିଆନ୍‌ଙ୍କ ଯାଦୁ ଆଇ କାମ କରୁନାହିଁ। ସେ ନିଜ ଟ୍ରିକ୍‌ ଭୁଲିଗଲେଣି। ଯୋଗାଯୋଗ, ପ୍ରତିଶ୍ରୁତି ଓ ସ୍ଲୋଗାନକୁ ନେଇ ପୂର୍ବର ରଣନୀତି ପ୍ରଭାବ ହରାଇବାରେ ଲାଗିଛି ବୋଲି ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେ କହିଥିଲେ। ରାହୁଲଙ୍କ ଏପରି ମନ୍ତବ୍ୟ ଗୃହରେ ଉପସ୍ଥିତ ବିରୋଧୀ ସଦସ୍ୟଙ୍କୁ ଆମୋଦିତ କରିଥିବାବେଳେ ଶାସକ ପକ୍ଷ ଆପତ୍ତି ଉଠାଇଥିଲେ। ସଂସଦରେ ଏହା ଝଡ଼ ସୃଷ୍ଟି କରିଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଥିଲେ, ରାହୁଲଙ୍କ ମନ୍ତବ୍ୟକୁ ଯେତେ ନିନ୍ଦା କଲେ ମଧ୍ୟ ତାହା କମ୍‌ ପଡ଼ିବ। ଏହା ଦେଶବାସୀଙ୍କ ପ୍ରତି ଅପମାନ। ସେହିପରି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ମଧ୍ୟ ରାହୁଲଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି

ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ, ଏହି ସବୁ ଅଭିଯୋଗ ଆସିବା ପରେ କାର୍ଯ୍ୟାନୁଷ୍ଠାନ

ବାରିପଦା,୩।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ନିର୍ବାଚନମଣ୍ଡଳୀର ସହକାରୀ ନିର୍ବାଚନ ପଞ୍ଜିକରଣ ଅଧିକାରୀ (ଏଇଆରଓ) ତଥା ବଡ଼ସାହି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡ଼ିଓ) ସ୍ମୃତିମୟୀ ବନଜା…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌…

ସୌମ୍ୟ ମୃତ୍ୟୁ ମାମଲା: ଯୁବତୀ ଓ ଆମ୍ବୁଲାନ୍ସ ଡ୍ରାଇଭର NHRCରେ ହାଜର

ଭୁବନେଶ୍ୱର,୩।୬: ବାଲିଅନ୍ତାରେ ଘଟିଥିବା ଚର୍ଚ୍ଚିତ ବର୍ବରତା ଘଟଣାକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ଘଟଣାରେ ଅଭିଯୋଗ କରିଥିବା ଯୁବତୀ ଏବଂ ଘଟଣା ସମୟରେ ଫେରିଯାଇଥିବା…

ଟିପିସିଓଡିଏଲ୍‌ର ନୂଆ ସିଇଓ ଗଜାନନ ଏସ୍‌.କାଲେ

ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଗଜାନନ…

ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ…

ଓସିଏସ୍‌ ପରୀକ୍ଷାରେ ୬୬ତମ ସ୍ଥାନରେ ରଶ୍ମିରଞ୍ଜନ, ତାଙ୍କ ସଫଳତା ପଛରେ…

ମହାକାଳପଡ଼ା, ୩ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ମଳାଢ଼ି ଗ୍ରାମର ତପନ ସ୍ବାଇଁ ଓ ନିର୍ମଳା ସ୍ବାଇଁଙ୍କ ବଡ଼ ପୁଅ ରଶ୍ମିରଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri