Posted inଖେଳ

ଆଜି ପ୍ରେମିକାଙ୍କ ହାତ ଧରିବେ ଚହର

ନୂଆଦିଲ୍ଲୀ,୯।୩: ଆଜି ବିବାହ ବନ୍ଧନରେ ଆବଦ୍ଧ ହେବେ ଯୁବ ଭାରତୀୟ କ୍ରିକେଟର ରାହୁଲ ଚହର। ଗୋଆରେ ପ୍ରେମିକା ତଥା ଫ୍ୟାଶନ ଡିଜାଇନର୍‌ ଈଶାନିଙ୍କ ହାତ ଧରିବେ ସେ। ବିବାହ ପୂର୍ବରୁ ରାହୁଲଙ୍କ ହଳଦୀ ଉତ୍ସବର ଫଟୋ ଭାଇରାଲ ହେବାରେ ଲାଗିଛି। ସେ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏହି ଫଟୋ ଶେୟାର କରିଛନ୍ତି।

୨୨ ବର୍ଷୀୟ ଏହି କ୍ରିକେଟର ୨୦୧୯ରେ ନିର୍ବନ୍ଧ କରିଥିଲେ। ହେଲେ କରୋନାକୁ ନେଇ କଟକଣା ଲାଗିଥିବାରୁ ସେ ବିବାହକୁ ସ୍ଥଗିତ ରଖିଥିଲେ। ଆଜି ସେମାନେ ବିବାହ କରିବା ପରେ ମାର୍ଚ୍ଚ ୧୨ରେ ଭୋଜି ଦେବେ।

ଏଯାଏ ରାହୁଲ ଭାରତ ପାଇଁ ୬ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ଏଥିରେ ସେ ୭ ଉଇକେଟ ନେଇଛନ୍ତି। ଏହାଛଡ଼ା ସେ ଗୋଟିଏ ଦିନିକିଆ ଖେଳିଛନ୍ତି। ସେଥିରେ ତାଙ୍କୁ ୩ ଉଇକେଟ ମିଳିଛି।

୨୦୧୭ରେ ସେ ଆଇପିଏଲ୍‌ରେ ଡେବ୍ୟୁ କରିଥିଲେ। ପ୍ରଥମେ ରାଇଜିଂ ପୁଣେ ସୁପରଜିଆଣ୍ଟ୍ସ ପକ୍ଷରୁ ଖେଳିଥିବା ବେଳେ ପରେ ତାଙ୍କୁ ମୁମ୍ବାଇ ଇଣ୍ଡିଆନ୍ସ କିଣିଥିଲା। ଆଗାମୀ ୨୦୨୨ ଆଇପିଏଲ୍‌ ଲାଗି ତାଙ୍କୁ ପଞ୍ଜାବ କିଙ୍ଗ୍ସ ଟିମ୍‌ ୫.୨୫ କୋଟି ଟଙ୍କାରେ କିଣିଛି। ଆଇପିଏଲରେ ରାହୁଲ ୪୨ ମ୍ୟାଚ୍‌ ଖେଳିଥିବା ବେଳେ ୪୩ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri