Posted inଖେଳ

ଡ୍ରାଭିଡ୍‌ ହେଲେ ଭାରତୀୟ ଦଳର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୩।୧୧: ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କୁ ବୁଧବାର ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଚଳିତ ଟି୨୦ ବିଶ୍ୱକପ୍‌ ଶେଷ ହେବା ପରେ ସେ ରବି ଶାସ୍ତ୍ରୀଙ୍କ ସ୍ଥାନ ନେବେ। ଆସନ୍ତା ୧୭ ତାରିଖରୁ ଭାରତରେ ଖେଳାଯିବାକୁ ଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଟି୨୦ ସିରିଜ୍‌ରୁ ସିନିୟର ଦଳର କୋଚ୍‌ ଭାବେ ଡ୍ରାଭିଡ୍‌ କ୍ୟାରିୟର ଆରମ୍ଭ କରିବେ। ଏହି ସିରିଜ୍‌ରେ ୩ ଟି୨୦ ଓ ଦୁଇ ଟେଷ୍ଟ ଖେଳାଯିବ।

ପୂର୍ବତନ କ୍ରିକେଟର ଆର ପି ସିଂ ଓ ସୁଲକ୍ଷଣା ନାଏକଙ୍କୁ ନେଇ ଗଠିତ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ସର୍ବସମ୍ମତି କ୍ରମେ ପୂର୍ବତନ ଅଧିନାୟକଙ୍କୁ ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତ କରିଛି। ତେବେ ବିସିସିଆଇ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଅନ୍ୟ ପ୍ରାର୍ଥୀଙ୍କ ନାମ ଉଲ୍ଲେଖ କରାଯାଇ ନାହିଁ।

“ଭାରତୀୟ ସିନିୟର ଦଳର ମୁଖ୍ୟ କୋଚ୍‌ ଭାବେ ଡ୍ରାଭିଡ୍‌ଙ୍କୁ ବିସିସିଆଇ ସ୍ବାଗତ କରୁଛି। ଜଣେ ଖେଳାଳି ଭାବେ କ୍ୟାରିୟରରେ ଅନେକ ସଫଳତା ହାସଲ କରିଥିବା ଡ୍ରାଭିଡଙ୍କୁ କିମ୍ବଦନ୍ତୀ ଭାବେ ଗଣନା କରାଯାଏ। ଏହାବାଦ୍‌ ସେ ସଫଳତାର ସହିତ ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ)ର ମୁଖ୍ୟ ଦାୟିତ୍ୱ ସମ୍ଭାଳିଛନ୍ତି” ବୋଲି ଡ୍ରାଭିଡ୍‌ଙ୍କ ପୂର୍ବତନ ସାଥି ଖେଳାଳି ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri