Posted inଖେଳ

ଭାରତୀୟ ଦଳର ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଡ୍ରାଭିଡ୍‌ଙ୍କୁ ଦିଆଯାଇପାରେ ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୧୪।୧୦: ଆସନ୍ତା ଟି୨୦ ବିଶ୍ୱକପ୍‌ ପରେ ରବି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ କୋଚ୍‌ ପଦରୁ ଇସ୍ତଫା ଦେବା ନିଶ୍ଚିତ। ତାଙ୍କ ପଦବି ପୂରଣ କରିବା ଲାଗି ବିସିସିଆଇ ପକ୍ଷରୁ ବିଜ୍ଞାପନ ଜାରି କରାଯିବ। କିନ୍ତୁ ବିଶ୍ୱକପ୍‌ ପରେ ହେବାକୁ ଥିବା ନ୍ୟୁଜିଲାଣ୍ଡ ଗସ୍ତ ଲାଗି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୂର୍ବତନ ଅଧିନାୟକ ରାହୁଲ ଡ୍ରାଭିଡ୍‌ଙ୍କୁ ଅନ୍ତରୀଣ କୋଚ୍‌ ଭାବେ ନିଯୁକ୍ତ କରିପାରେ।

ନୂଆ କୋଚ୍‌ଙ୍କ ନିଯୁକ୍ତି ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଅନ୍ତରୀଣ କୋଚ୍‌ ଭାବେ ଡ୍ରାଭିଡ୍‌ ଭାରତୀୟ ଦଳର ଦାୟିତ୍ୱ ନେଇପାରନ୍ତି। ଏ ନେଇ ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି।

କୋଚ୍‌ ପଦ ପାଇଁ ଆମେ ଶ୍ରେଷ୍ଠ ପ୍ରାର୍ଥୀ ଚାହୁଁଛୁ। ଆମେ ସେଭଳି ପରିସ୍ଥିତିର ସମ୍ମୁଖୀନ ହେବାକୁ ଚାହୁଁନୁ, ଯେଉଁଥିରେ ଆବେଦନକାରୀଙ୍କ ମଧ୍ୟରେ କୌଣସି ଉପଯୁକ୍ତ ପ୍ରାର୍ଥୀ ହିଁ ନ ଥିବେ। ଏହା ବୋର୍ଡ ଓ ପ୍ରାର୍ଥୀମାନଙ୍କ ପାଇଁ ଲଜ୍ଜାଜନକ ହେବ। ଏଣୁ ଯେଉଁ ପର୍ଯ୍ୟନ୍ତ ଉପଯୁକ୍ତ ପ୍ରାର୍ଥୀ ନ ମିଳିଛନ୍ତି, ସେ ପର୍ଯ୍ୟନ୍ତ ଡ୍ରାଭିଡ୍‌ଙ୍କୁ ଅନ୍ତରୀଣ କୋଚ୍‌ କରାଯିବ ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri