Posted inଖେଳ

ସୁର୍ଯ୍ୟକୁମାରଙ୍କ ଉପରେ ଅଛି ଟିମ ଇଣ୍ଡିଆର ପୂରା ଭରସା, ପ୍ରଥମ ୨ଟି ଦିନିକିଆରେ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୧।୯: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଶୁକ୍ରବାର ଖେଳାଯିବ। ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା ଏହି ସିରିଜର ପ୍ରଥମ ମ୍ୟାଚରେ ରହିବେ ନାହିଁ। ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲ ଭାରତୀୟ ଦଳର ନେତୃତ୍ୱ ନେବେ। ଏହି ସମୟରେ ଭାରତୀୟ ଦଳର ପ୍ଲେ-୧୧କୁ ନେଇ କ୍ରମାଗତ ଚର୍ଚ୍ଚା ହେଉଛି। ଏହି ସମୟରେ ଭାରତୀୟ ଦଳର କୋଚ୍‌ ରାହୁଲ ଦ୍ରାଭିଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।

ସୁର୍ଯ୍ୟକୁମାର ଯାଦବଙ୍କ ଟି -୨୦ ରେକର୍ଡ ପ୍ରଶଂସନୀୟ, କିନ୍ତୁ ତାଙ୍କୁ ଦିନିକିଆ ଫର୍ମାଟରେ ସଂଘର୍ଷ କରୁଥିବା ଦେଖିବାକୁ ମିଳିଛି। ଦିନିକିଆ ଫର୍ମାଟରେ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠିଛି, ତେବେ ଅଷ୍ଟ୍ରେଲିଆ ସିରିଜରେ ପ୍ଲେ-୧୧ରେ ସୁର୍ଯ୍ୟକୁମାର ଯାଦବଙ୍କୁ ସୁଯୋଗ ମିଳିବ କି ନାହିଁ ସେନେଇ ଚର୍ଚ୍ଚା ହେଉଛି।

ରାହୁଲ ଦ୍ରାବିଡ କହିଛନ୍ତି, ମୋତେ ପୂରା ଭରସା ଅଛି ସୁର୍ଯ୍ୟକୁମାର ଯାଦବ ମଧ୍ୟ ଦିନିକିଆ ଫର୍ମାଟରେ ଏକ ଭଲ ପ୍ରତ୍ୟାବର୍ତ୍ତନ କରିବେ। ଅଷ୍ଟ୍ରେଲିଆ ବିପକ୍ଷ ୩ ଟି ଦିନିକିଆ ସିରିଜର ପ୍ରଥମ ୨ମ୍ୟାଚରେ ସୂର୍ଯ୍ୟକୁମାର ଯାଦବ ପ୍ଲେ-୧୧ରେ ସୁଯୋଗ ମିଳିବ ବୋଲି ରାହୁଲ ସ୍ପଷ୍ଟ କରିଛନ୍ତି। ସୂଚନାଯୋଗ୍ୟ, ଭାରତ-ଅଷ୍ଟ୍ରେଲିଆ ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ଅପରାହ୍ନ ୧.୩୦ରେ ଆରମ୍ଭ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri