Posted inଖେଳ

ଅନ୍ତିମ ଲିଗ୍‌ ମୁକାବିଲା ପୂର୍ବରୁ ରୋହିତଙ୍କୁ ନେଇ ଏଭଳି କହିଲେ କୋଚ୍‌; ଡ୍ରେସିଂ ରୁମ୍‌ରେ…

ନୂଆଦିଲ୍ଲୀ,୧୧।୧୧: ଭାରତୀୟ ଟିମ୍‌ର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ ବିଶ୍ୱକପ୍‌ରେ ଅଧିନାୟକ ରୋହିତ ଶର୍ମାଙ୍କ ପ୍ରଦର୍ଶନକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ଏଯାବତ ଦଳ ଖେଳିଥିବା ୮ ମ୍ୟାଚ୍‌ରେ ବିଜେତା ହୋଇଛି। ଏଥିରେ ଅଧିନାୟକ ଏବଂ ଓପନର୍‌ ଭାବେ ରୋହିତଙ୍କ ଭୂମିକା ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରାହୁଲ କହିଛନ୍ତି।

ନେଦରଲ୍ୟାଣ୍ଡ ବିପକ୍ଷ ଭାରତର ଅନ୍ତିମ ଲିଗ୍‌ ମ୍ୟାଚ୍‌ ପୂର୍ବରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଦ୍ରାବିଡ କହିଛନ୍ତି, ରୋହିତ ନିଶ୍ଚିତ ଭାବେ ଜଣେ ଲିଡର୍‌। ସେ ମଇଦାନ ବାହାରେ ଏବଂ ଭିତରେ ଏହାର ଉଦାହରଣ ଦେଇଛନ୍ତି। ଏଭଳି କିଛି ମ୍ୟାଚ୍‌ ଥିଲା ଯାହା ଆମ ଲାଗି କଷ୍ଟକର ହୋଇପାରିଥାନ୍ତା, ହେଲେ ସେ ଦଳକୁ ଭଲ ଆରମ୍ଭ ଦେଇ ମ୍ୟାଚ୍‌କୁ ଜିତାଇବାରେ ସଫଳ ହୋଇଛନ୍ତି। ଏଣୁ ମ୍ୟାଚ୍‌ ଜିତିବା ସହଜ ଲାଗୁଛି। ରୋହିତଙ୍କ ଲଢ଼ୁଆ ବ୍ୟାଟିଂ ଯୋଗୁ ତାଙ୍କ ପରେ ଆସୁଥିବା ଖେଳାଳିମାନଙ୍କ ଉପରେ ସେତେଟା ଚାପ ରହି ନ ଥିଲା। ତାଙ୍କ ଲାଗି ରନ୍‌ ଚେସ୍‌ କରିବା ସହଜ ହୋଇଯାଇଥିଲା। ଏସବୁ ଦେଖିଲେ ରୋହିତ ଦଳର ଆବଶ୍ୟକତା ସମୟରେ ଖେଳି ଅନ୍ୟଲାଗି ଉଦାହରଣ ପାଲଟିଛନ୍ତି। ଏହାର ପ୍ରଭାବ ଡ୍ରେସିଂ ରୁମ୍‌ରେ ମଧ୍ୟ ପଡ଼ିଛି। ଖେଳାଳି ଭାବେ ତାଙ୍କ ପ୍ରଦର୍ଶନ ଏବଂ ଅଧିନାୟକ ଭାବେ ତାଙ୍କ ଭୂମିକା ଜବରଦସ୍ତ ରହିଆସିଛି। ତାଙ୍କୁ ସାଥୀ ଖେଳାଳିଙ୍କ ସହ କୋଚିଂ ଷ୍ଟାଫ୍‌ଙ୍କଠାରୁ ସମ୍ମାନ ମିଳୁଛି ବୋଲି ଦ୍ରାବିଡ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri