Posted inଖେଳ

ରୋହିତ ଶର୍ମାଙ୍କୁ ନେଇ ବଡ଼ ଖୁଲାସା କଲେ ଦ୍ରାବିଡ

ଲଣ୍ଡନ,୩୦।୬: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଏପର୍ଯ୍ୟନ୍ତ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରୁ ବାଦ ପଡି ନାହାଁନ୍ତି। ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଏହା ନିଶ୍ଚିତ କରିଛନ୍ତି। ଏହାପୂର୍ବରୁ ଅନେକ ରିପୋର୍ଟରେ ଦର୍ଶାଯାଇଛି ଯେ, ଏଜବାଷ୍ଟନରେ ଖେଳାଯିବାକୁ ଥିବା ପଞ୍ଚମ ଟେଷ୍ଟରୁ ରୋହିତଙ୍କୁ ବାଦ ଦିଆଯାଇଛି। ଏଥି ସହିତ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କୁ ତାଙ୍କ ସ୍ଥାନରେ ଅଧିନାୟକ କରାଯାଇଛି। କିନ୍ତୁ ଦ୍ରାବିଡ଼ ଏହି ସମସ୍ତ ରିପୋର୍ଟକୁ ଖାରଜ କରିଦେଇଛନ୍ତି। ରାହୁଲ ଦ୍ରାବିଡ କହିଛନ୍ତି, ରୋହିତ ଶର୍ମାଙ୍କୁ ଆମର ଡାକ୍ତରୀ ଦଳ ତଦାରଖ କରୁଛନ୍ତି। ସେ ଟେଷ୍ଟ ମ୍ୟାଚରୁ ବାଦ୍‌ ନାହାଁନ୍ତି। ତାଙ୍କର ଆରଟିପିସିଆର୍‌ ଆଜି ଏବଂ ଆସନ୍ତାକାଲି କରାଯିବ। ଖେଳିବାକୁ ଆମ ପାଖରେ ୩୬ ଘଣ୍ଟା ଅଛି, ତଥାପି ସମୟ ଅଛି।
ରୋହିତ ଶର୍ମା ନିକଟରେ କରୋନା ଆକ୍ରାନ୍ତ ହୋଇଥିଲେ। ଏବେ ସେ ଆଇସୋଲେସନରେ ଅଛନ୍ତି। ଭାରତୀୟ ଦଳ ଏଜବାଷ୍ଟନଠାରେ ଅଭ୍ୟାସ ଆରମ୍ଭ କରିଥିଲା। କିନ୍ତୁ ଅଧିନାୟକ ରୋହିତ ଏଥିରେ ଅଂଶଗ୍ରହଣ କରି ନ ଥିଲେ।
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ମ୍ୟାଚ ଜୁଲାଇ ୧ ରୁ ୫ ପର୍ଯ୍ୟନ୍ତ ଏଜବାଷ୍ଟନ ଠାରେ ଖେଳାଯିବ। ଏହି ମ୍ୟାଚ ଗତ ବର୍ଷ ଅନୁଷ୍ଠିତ ଟେଷ୍ଟ ସିରିଜର ଏକ ଅଂଶ। ୨୦୨୧ ଅଗଷ୍ଟ-ସେପ୍ଟେମ୍ବର ଟିମ ଇଣ୍ଡିଆ ଇଂଲଣ୍ଡରେ ପାଞ୍ଚ ଟେଷ୍ଟ ସିରିଜ ଖେଳୁଥିଲା। ତା’ପରେ କରୋନା କାରଣରୁ ପଞ୍ଚମ ମ୍ୟାଚ ଅନୁଷ୍ଠିତ ହୋଇପାରି ନ ଥିଲା। ଚାରିଟି ଟେଷ୍ଟ ପାଇଁ ଭାରତ ୨-୧ରେ ଆଗୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri