Posted inଖେଳ

ବିସିସିଆଇକୁ ଦିଲୀପ ଭେଙ୍ଗସରକରଙ୍କ ପରାମର୍ଶ

ମୁମ୍ବାଇ,୨୦।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଆଡିଲେଡ୍‌ ଟେଷ୍ଟରେ ଭାରାତୀୟ ଦଳ ମାତ୍ର ୩୬ ରନ୍‌ରେ ଅଲଆଉଟ୍‌ ହେବା ପରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଏକ ପରାମର୍ଶ ଦେଇଛନ୍ତି ପୂର୍ବତନ ଭାରତୀୟ ଅଧିନାୟକ ଦିଲୀପ ଭେଙ୍ଗସରକର। ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ରାହୁଲ ଡ୍ରାଭିଡ୍‌ଙ୍କୁ ତୁରନ୍ତ ଅଷ୍ଟ୍ରେଲିଆ ପଠାଅ। ଅଷ୍ଟ୍ରେଲିଆରେ ବ୍ୟାଟ୍ସମ୍ୟାନଙ୍କୁ କେଉଁ ଭଳି ଖେଳାଳିବାକୁ ପଡ଼ିବ, ତାହା ଡ୍ରାଭିଡ୍‌ଙ୍କୁ ଭଲ ଭାବେ ଜଣା। ଟିମ୍‌ ଇଣ୍ଡିଆର ବ୍ୟାଟ୍ସମ୍ୟାନଙ୍କ ପାଇଁ ଡ୍ରାଭିଡ୍‌ଙ୍କ ଠାରୁ ଆଉ କେହି ଭଲ ଗାଇଡ୍‌ ହୋଇପାରିବେ ନାହିଁ। ତାଙ୍କ ଉପସ୍ଥିତି ନେଟ୍ସରେ ଭାରତୀୟ ଦଳକୁ ସହାୟ ହେବ ବୋଲି ଭେଙ୍ଗସରକର କହିଛନ୍ତି।

ଭାରତୀୟ ଦଳକୁ ଅଧିନାୟକ ବିରାଟ କୋହଲିଙ୍କ ବିନା ଅଷ୍ଟ୍ରେଲିଆ ବିପକ୍ଷରେ ଅନ୍ତିମ ୩ ଟେଷ୍ଟ ମ୍ୟାଚ୍‌ ଖେଳିବାର ଅଛି। ଏଭଳି ପରିସ୍ଥିତିରେ ଡ୍ରାଭିଡ୍‌ଙ୍କ ଅଭିଜ୍ଞତାକୁ ସିନିୟର ଖେଳାଳିଙ୍କ ଉନ୍ନତି ଦିଗରେ ବ୍ୟବହାର କରାଯିବା ଉଚିତ। ଡ୍ରାଭିଡ୍‌ ଅଷ୍ଟ୍ରେଲିଆ ଗସ୍ତ କଲେ ବାଧ୍ୟତାମୂଳକ ୨ ସପ୍ତାହ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ। ଏହାପରେ ମଧ୍ୟ ଅନ୍ତିମ ଦୁଇ ମ୍ୟାଚ୍‌ ପାଇଁ ଉପଲବ୍ଧ ହୋଇପାରିବେ ପୂର୍ବତନ ଭାରତୀୟ ଅଧିନାୟକ। ତୃତୀୟ ଟେଷ୍ଟ ଜାନୁୟାରୀ ୭ ତାରିଖରୁ ସିଡ୍‌ନୀଠାରେ ଆରମ୍ଭ ହେବ।

ଉଲ୍ଲେଖଯୋଗ୍ୟ, ଡ୍ରାଭିଡ୍‌ ୨୦୦୩ ଅଷ୍ଟ୍ରେଲିଆ ଗସ୍ତରେ ଏକ ଦ୍ୱିଶତକ ଓ ୩ ଅର୍ଦ୍ଧଶତକ ସହ ସର୍ବାଧିକ ୬୧୯ ରନ୍‌ କରିଥିଲେ। ମୋଟ ଉପରେ ଅଷ୍ଟ୍ରେଲିଆରେ ୧୬ ଟେଷ୍ଟ ଖେଳିଥିବା ଏହି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ୪୧.୧୬ ଆଭରେଜରେ ୧୧୬୬ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri