Posted inଖେଳ

ମହାନତା ଦେଖାଇଲେ ରାହୁଲ ଦ୍ରାବିଡ

ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରି ସିରିଜ୍‌ ୨-୧ରେ ଜିତିଥିଲା। ଏହି ଐତିହାସିକ ବିଜୟ ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ କୋଚ ରବି ଶାସ୍ତ୍ରୀଙ୍କୁ ନୁହେଁ, ପୂର୍ବତନ ଭାରତୀୟ ଖୋଳି ରାହୁଲ ଦ୍ରାବିଡଙ୍କୁ ଧନ୍ୟବାଦ ଦେଉଛନ୍ତି। ଏହାର ଜବାବରେ ରାହୁଲ ମହାନତା ପ୍ରଦର୍ଶନ କରି କହିଛନ୍ତି, ବିନା କାରଣରେ ମୋତେ ସଫଳତାର ଶ୍ରେୟ ଦିଆଯାଉଛି। ପ୍ରକୃତ ଶ୍ରେୟ ତ ଯୁବ କ୍ରିକେଟରଙ୍କୁ ଦିଆଯିବା ଉଚିତ୍‌। ସେମାନେ ଦୃଢ ପରିଶ୍ରମ କରି ଏ ସ୍ଥାନରେ ପହଞ୍ଚିଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାହୁଲ ଦ୍ରାବିଡ ନ୍ୟାଶନାଲ କ୍ରିକେଟ ଏକାଡେମୀର ଚେୟାରମ୍ୟାନ ଏବଂ ଭାରତ ଏର କୋଚ ରହିଛନ୍ତି ଏବଂ ତାଙ୍କ ନିର୍ଦ୍ଦେଶନାରେ ୱାଶିଂଟନ ସୁନ୍ଦର, ମହମ୍ମଦ ସିରାଜ, ଶାର୍ଦ୍ଦୁଲ ଠାକୁର, ମନୀଷ ପାଣ୍ଡେ, ରିଷଭ ପନ୍ତ ଏବଂ ହନୁମା ବିହାରୀ ଅନେକ କ୍ରିକେଟ ଖେଳିଛନ୍ତି। ଏହି ଖେଳାଳିମାନେ ସାକ୍ଷାତକାରରେ କହିଛନ୍ତି ଯେ ତାଙ୍କ ଖେଳର ସ୍ତରକୁ ବଢାଇବାରେ ରାହୁଲ ଦ୍ରାବିଡଙ୍କର ଏକ ବଡ଼ ହାତ ରହିଛି। ଏହି ସମସ୍ତ ଖେଳାଳି ରାହୁଲ ଦ୍ରାବିଡଙ୍କଠାରୁ ବହୁତ କିଛି ଶିଖିଛନ୍ତି। ଏଥିରୁ ସ୍ପଷ୍ଟ ଯେ ରାହୁଲ ଦ୍ରାବିଡ ଏହି ଖେଳାଳିଙ୍କ ସହ କରିଥିବା କଠିନ ପରିଶ୍ରମ ବ୍ରିସବେନ ଗ୍ରାଉଣ୍ଡରେ ଦେଖିବାକୁ ମିଳିଥିଲା। ଆହତ ଜସପ୍ରୀତ ବୁମ୍‌ରା, ଆର ଅଶ୍ୱିନ, ମହମ୍ମଦ ଶାମି, ଉମେଶ ଯାଦବଙ୍କ ଅନୁପସ୍ଥିତିରେ ଭାରତ ନିଜ ଘରେ ଅଷ୍ଟ୍ରେଲିଆ ଭଳି ଏକ ଶକ୍ତିଶାଳୀ ଦଳକୁ ପରାସ୍ତ କରିଛି। ତେଣୁ ବିରାଟ କୋହଲିଙ୍କ ‘ନୂଆ ଟିମ୍‌ ଇଣ୍ଡିଆ’ର ଦ୍ରୋଣାଚାର୍ଯ୍ୟ ‘ଦ ଓ୍ବାଲ୍‌’ ରାହୁଳ ଦ୍ରାଭିଡ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri