Posted inଖେଳ

ମହାନତା ଦେଖାଇଲେ ରାହୁଲ ଦ୍ରାବିଡ

ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆକୁ ୩ ଉଇକେଟରେ ପରାସ୍ତ କରି ସିରିଜ୍‌ ୨-୧ରେ ଜିତିଥିଲା। ଏହି ଐତିହାସିକ ବିଜୟ ପରେ ସୋସିଆଲ ମିଡିଆରେ ପ୍ରଶଂସକମାନେ କୋଚ ରବି ଶାସ୍ତ୍ରୀଙ୍କୁ ନୁହେଁ, ପୂର୍ବତନ ଭାରତୀୟ ଖୋଳି ରାହୁଲ ଦ୍ରାବିଡଙ୍କୁ ଧନ୍ୟବାଦ ଦେଉଛନ୍ତି। ଏହାର ଜବାବରେ ରାହୁଲ ମହାନତା ପ୍ରଦର୍ଶନ କରି କହିଛନ୍ତି, ବିନା କାରଣରେ ମୋତେ ସଫଳତାର ଶ୍ରେୟ ଦିଆଯାଉଛି। ପ୍ରକୃତ ଶ୍ରେୟ ତ ଯୁବ କ୍ରିକେଟରଙ୍କୁ ଦିଆଯିବା ଉଚିତ୍‌। ସେମାନେ ଦୃଢ ପରିଶ୍ରମ କରି ଏ ସ୍ଥାନରେ ପହଞ୍ଚିଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାହୁଲ ଦ୍ରାବିଡ ନ୍ୟାଶନାଲ କ୍ରିକେଟ ଏକାଡେମୀର ଚେୟାରମ୍ୟାନ ଏବଂ ଭାରତ ଏର କୋଚ ରହିଛନ୍ତି ଏବଂ ତାଙ୍କ ନିର୍ଦ୍ଦେଶନାରେ ୱାଶିଂଟନ ସୁନ୍ଦର, ମହମ୍ମଦ ସିରାଜ, ଶାର୍ଦ୍ଦୁଲ ଠାକୁର, ମନୀଷ ପାଣ୍ଡେ, ରିଷଭ ପନ୍ତ ଏବଂ ହନୁମା ବିହାରୀ ଅନେକ କ୍ରିକେଟ ଖେଳିଛନ୍ତି। ଏହି ଖେଳାଳିମାନେ ସାକ୍ଷାତକାରରେ କହିଛନ୍ତି ଯେ ତାଙ୍କ ଖେଳର ସ୍ତରକୁ ବଢାଇବାରେ ରାହୁଲ ଦ୍ରାବିଡଙ୍କର ଏକ ବଡ଼ ହାତ ରହିଛି। ଏହି ସମସ୍ତ ଖେଳାଳି ରାହୁଲ ଦ୍ରାବିଡଙ୍କଠାରୁ ବହୁତ କିଛି ଶିଖିଛନ୍ତି। ଏଥିରୁ ସ୍ପଷ୍ଟ ଯେ ରାହୁଲ ଦ୍ରାବିଡ ଏହି ଖେଳାଳିଙ୍କ ସହ କରିଥିବା କଠିନ ପରିଶ୍ରମ ବ୍ରିସବେନ ଗ୍ରାଉଣ୍ଡରେ ଦେଖିବାକୁ ମିଳିଥିଲା। ଆହତ ଜସପ୍ରୀତ ବୁମ୍‌ରା, ଆର ଅଶ୍ୱିନ, ମହମ୍ମଦ ଶାମି, ଉମେଶ ଯାଦବଙ୍କ ଅନୁପସ୍ଥିତିରେ ଭାରତ ନିଜ ଘରେ ଅଷ୍ଟ୍ରେଲିଆ ଭଳି ଏକ ଶକ୍ତିଶାଳୀ ଦଳକୁ ପରାସ୍ତ କରିଛି। ତେଣୁ ବିରାଟ କୋହଲିଙ୍କ ‘ନୂଆ ଟିମ୍‌ ଇଣ୍ଡିଆ’ର ଦ୍ରୋଣାଚାର୍ଯ୍ୟ ‘ଦ ଓ୍ବାଲ୍‌’ ରାହୁଳ ଦ୍ରାଭିଡ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?