Posted inଖେଳ

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି ଭିନ୍ନ ଅନ୍ଦାଜ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ପ୍ରଥମ ଅନଅଫିସିଆଲ ଦିନିକିଆ ମ୍ୟାଚ୍ରେ ଅନ୍‌ବୟ ମାତ୍ର ୧୮ ବଲରେ ୩୮ ରନର ବିସ୍ଫୋରକ ପାଳି ଖେଳିଛନ୍ତି।

ବର୍ଷା ଯୋଗୁ ମ୍ୟାଚକୁ ୨୦ ଓଭରକୁ ସୀମିତ କରାଯାଇଥିଲା। ଭାରତୀୟ ଦଳର ପାଳିରେ ୬ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ ଅନୱୟ। ଦଳକୁ ଦ୍ରୁତ ରନର ଆବଶ୍ୟକତା ଥିବା ବେଳେ ସେ ପଡ଼ିଆକୁ ଆସିବା ମାତ୍ରେ ଆକ୍ରମଣାତ୍ମକ ବ୍ୟାଟିଂ କରିଥିଲେ। ୧୮ଟି ବଲରେ ସେ ୩୮ ରନ କରିଥିବା ବେଳେ ୨ଟି ଚୌକା ଓ ୩ଟି ଛକା ମାରିଥିଲେ। ତାଙ୍କ ଷ୍ଟ୍ରାଇକ ରେଟ ରହିଥିଲା ୨୧୧.୧୧।

ଅନ୍ୟପକ୍ଷରେ, ଭାରତ ୮୮ ରନରେ ୪ଟି ଉଇକେଟ୍‌ ହରାଇ ସଙ୍କଟରେ ପଡ଼ିଥିବା ବେଳେ ଯଶବର୍ଦ୍ଧନ ଚୌହାନ ଓ ଅନୱୟ ଦ୍ରାବିଡ଼ ମିଶି ଭାରତୀୟ ପାଳିକୁ ସମ୍ଭାଳିଥିଲେ। ଉଭୟେ ପଞ୍ଚମ ଉଇକେଟ୍‌ ପାଇଁ ୬୯ ରନ୍ର ଗୁରୁତ୍ୱପୂର୍ଣ୍ଣ ଭାଗୀଦାରି କରିଥିଲେ। ଯଶବର୍ଦ୍ଧନ ମଧ୍ୟ ଦମଦାର ବ୍ୟାଟିଂ କରି ୩୪ ବଲରେ ୫୪ ରନ କରିଥିଲେ। ତାଙ୍କ ପାଳିରେ ୫ଟି ଚୌକା ଓ ୨ଟି ଛକା ସାମିଲ ଥିଲା।

ବର୍ଷା ଯୋଗୁ ମ୍ୟାଚକୁ ୨୦-୨୦ ଓଭରରେ ସୀମିତ କରାଯାଇଥିଲା। ଟସ ଜିତି ଅଷ୍ଟ୍ରେଲିଆ ଅଣ୍ଡର-୧୯ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ୨୦ ଓଭରରେ ୬ ୱିକେଟ ହରାଇ ୧୮୨ ରନ ସଂଗ୍ରହ କରିଥିଲା।

ଭାରତର ବଡ଼ ସ୍କୋର ପଛରେ ଯଶବର୍ଦ୍ଧନ ଚୌହାନଙ୍କ ଅର୍ଦ୍ଧଶତକ ସହ ଅନୱୟ ଦ୍ରାବିଡ଼ଙ୍କ ଦ୍ରୁତ ୩୮ ରନର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥିଲା। ଏହା ସହ ଆର୍ଯ୍ୟବୀର ସେହୱାଗ ମଧ୍ୟ ୨୬ ବଲରୁ ୨୮ ରନ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?