Posted inଖେଳ

କୋହଲିଙ୍କ ବ୍ୟାଟିଂ ଉପରେ କାମ କରୁଛନ୍ତି ଡ୍ରାଭିଡ୍‌

ସେଞ୍ଚୁରିଆନ,୨୦।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ସେଞ୍ଚୁରିଆନଠାରେ ପୂର୍ବ ଦୁଇ ଦିନ ଭଳି ସୋମବାର ମଧ୍ୟ ନେଟ୍ସରେ ଝାଳ ବୁହାଇଛନ୍ତି ଭରତୀୟ ଦଳର ଖେଳାଳି। ଏହାର କିଛି ଫଟୋ ଶେୟାର କରିଛି ବିସିସିଆଇ। ଏକ ଫଟୋରେ ଟେଷ୍ଟ ଅଧିନାୟକ ବିରାଟ କୋହଲିଙ୍କ ସହ ମୁଖ୍ୟ କୋଚ୍‌ ରାହୁଲ ଡ୍ରାଭିଡ୍‌ ସମୟ ବିତାଉଥିବା ଦେଖିବାକୁ ମିଳିଛି। ଗତ ଦୁଇ ବର୍ଷ ହେଲା କୋହଲି ରେଡ୍‌ ବଲ କ୍ରିକେଟରେ ସଂଘର୍ଷ କରୁଛନ୍ତି। ଏହା କାହାକୁ ଅଛୁପା ନାହିଁ। ଅନ୍ତିମ ୧୩ ଟେଷ୍ଟରେ ସେ ୨୬ ହାରରେ ରନ୍‌ ସଂଗ୍ରହ କରିଛନ୍ତି। ଏହାସତ୍ତ୍ୱେ ତାଙ୍କ ଟେଷ୍ଟ କ୍ୟାରିୟରର ଆଭରେଜ ୫୦ରୁ ଊର୍ଦ୍ଧ୍ୱ ରହିଛି। ଅନ୍ତିମ ଥର କୋହଲି ୨୦୧୯ ଦିବାରାତ୍ର ବିପକ୍ଷ ଟେଷ୍ଟରେ ଅନ୍ତର୍ଜାତୀୟ ଶତକ ହାସଲ କରିଥିଲେ। ଅନ୍ୟପକ୍ଷରେ ସିନିୟର ବ୍ୟାଟର ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ କୋହଲିଙ୍କ ଉପରେ ଦକ୍ଷିଣ ଆଫ୍ରିକାରେ ଭାରତୀୟ ଦଳର ସଫଳତା ନିର୍ଭର କରେ। ଏଭଳି ପରିସ୍ଥିତିରେ ପୂର୍ବତନ ଅଧିନାୟକ ଡ୍ରାଭିଡ୍‌ଙ୍କ ଟିପ୍ସ କୋହଲିଙ୍କ ବେଶ ଉପଯୋଗୀ ହେବ ବୋଲି ଆଶା କରାଯାଉଛି।

ବିସିସିଆଇ ପକ୍ଷରୁ ଶେୟାର କରାଯାଇଥିବା ଫଟୋରେ ଭାରତୀୟ ପେସର ଯଶପ୍ରୀତ ବୁମରା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର ଓ ଇଶାନ୍ତ ଶର୍ମା ନେଟ୍ସରେ ବୋଲିଂ କରୁଥିବା ଦେଖିବାକୁ ମିଳିଛି। ରୋହିତଙ୍କ ବଦଳରେ ଦଳରେ ସ୍ଥାନ ପାଇଥିବା ଯୁବ ପ୍ରିୟଙ୍କ ପାଞ୍ଚଲ ମଧ୍ୟ ନେଟ୍ସରେ ଉଇକେଟକିପର ରିଷଭ ପନ୍ତ ଓ ରିଦ୍ଦିମାନ ଶାହାଙ୍କ ସହ ଅଭ୍ୟାସ କରିଥିଲେ। ଉଲ୍ଲେଖଯୋଗ୍ୟ, ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ବକ୍ସିଂ ଡେ’ ଟେଷ୍ଟ ବିନା ଦର୍ଶକରେ ଖେଳାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri