Posted inଖେଳ

ମୁଣ୍ଡରେ ହାତ ପିଟିଲେ ରାହୁଲ ଦ୍ରାବିଡ୍‌

ଲକ୍ଷ୍ନୌ,୨୫।୨: ପ୍ରଥମ ଟି -୨୦ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ୬୨ ରନରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତର ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ଏଥିସହ ଭାରତ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ୧-୦ର ଅଗ୍ରଣୀ ହାସଲ କରିଛି। ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଖେଳାଯାଉଥିବା ଉକ୍ତ ମ୍ୟାଚରେ ଈଶାନ କିଶନ ଓ ଶ୍ରେୟସ ଆୟାରଙ୍କ ବିସ୍ଫୋରକ ଇନିଂସ ବଳରେ ଭାରତ ପ୍ରଥମେ ବ୍ୟାଟିଂ କରି ୨ ଉଇକେଟ ହରାଇ ୧୯୯ ରନ କରିଥିଲା। ଜବାବରେ ଶ୍ରୀଲଙ୍କା ୬ ଉଇକେଟ ହରାଇ ୧୩୭ ରନ କରିବାକୁ ସକ୍ଷମ ହୋଇଥିଲା।
ଭାରତୀୟ ବୋଲରମାନେ ମ୍ୟାଚ ଆରମ୍ଭରୁ ଶ୍ରୀଲଙ୍କା ଦଳକୁ ଝଟ୍‌କା ଦେବା ଆରମ୍ଭ କରିଥିଲେ। ଭୁବନେଶ୍ୱର କୁମାର ପ୍ରଥମ ବଲରେ ଗୋଟିଏ ଉଇକେଟ ନେଇଥିଲେ। ସେ ମ୍ୟାଚରେ ବହୁତ ଭଲ ବୋଲିଂ କରିଥିଲେ। ସେହିପରି ୟୁଜବେନ୍ଦ୍ର ଚହଲଙ୍କ ଏକ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ୍‌ ଚରିତ୍‌ ଆସଲାଙ୍ଗା ଅମ୍ପାୟାର୍‌ ଆଉଟ୍‌ ଦେଇଥିଲେ। କିନ୍ତୁ ଚରିତ୍‌ ଡିଆର୍‌ଏସ୍‌ ନେଇଥିଲେ। ଏଥିରେ ତୃତୀୟ ଅମ୍ପାୟାର୍‌ ତାଙ୍କୁ ଆଉଟ୍‌ ଦେଇଥିଲେ। ଅମ୍ପାୟାର ନିଷ୍ପତ୍ତି ବଦଳାଇବା ପରେ ରୋହିତ ଶର୍ମା ହସୁଥିବା ଦେଖିବାକୁ ମିଳିଥିଲା। ଏଥିସହିତ କୋଚ ରାହୁଲ ଦ୍ରାବିଡ ମୁଣ୍ଡରେ ହାତ ପିଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri