Posted inଜାତୀୟ

ପୋଲିସ ଠେଲାପେଲାରେ ତଳେ ପଡ଼ିଲେ ରାହୁଲ

ନୂଆଦିଲ୍ଲୀ, ୨।୧୦:ଉତ୍ତରପ୍ରଦେଶ ହାଥ୍‌ରାସରେ ହୋଇଥିବା ଗଣବଳାତ୍କାର ଘଟଣାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ ଏବଂ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅଧାବାଟରେ ଫେରିବାକୁ ପଡ଼ିଛି। ରାହୁଲ୍‌ ଏବଂ ପ୍ରିୟଙ୍କା ନିଜର ଦଳୀୟ କର୍ମୀଙ୍କ ସହ ଦିଲ୍ଲୀ-ନଏଡ଼ା ମୁଖ୍ୟରାସ୍ତାରେ ହାଥ୍‌ରାସ ଯାଉଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ବଡ଼ ଜନସମାଗମଭଳି ପରିସ୍ଥିତି ସୃଷ୍ଟି କରିବା ଅଭିଯୋଗରେ ପୋଲିସ ଉଭୟଙ୍କୁ ନିଜ ହେପାଜତକୁ ନେଇଥିଲା। ଫଳରେ ପୀଡ଼ିତାଙ୍କ ପରିବାର ସଦସ୍ୟଙ୍କୁ ଉଭୟ ରାହୁଲ କିମ୍ବା ପ୍ରିୟଙ୍କା ଭେଟି ପାରି ନାହାନ୍ତି। ଅପରପକ୍ଷରେ ପୋଲିସ ଅଟକାଇବା ବେଳେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏପରି କି ଠେଲାପେଲାରେ ରାହୁଲ ତଳେ ପଡ଼ିଯାଇଥିଲେ। ଉତ୍ତରପ୍ରଦେଶ ସରକାରଙ୍କ ନିର୍ଦ୍ଦେଶରେ ପୋଲିସ ରାହୁଲ୍‌ଙ୍କୁ ଜାଣିଶୁଣି ଧକ୍କା ମାରି ତଳେ ପକାଇ ଦେଇଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ ହୋଇଛି। ରାହୁଲ ଏବଂ ପ୍ରିୟଙ୍କାଙ୍କ ପ୍ରତି ପୋଲିସର ଏଭଳି ବ୍ୟବହାରକୁ ନେଇ ଅନ୍ୟ ବିରୋଧୀଦଳଗୁଡ଼ିକ ମଧ୍ୟ ଯୋଗୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବିଏସ୍‌ପି ନେତ୍ରୀ ମାୟାବତୀ ଏବଂ ଟିଏମ୍‌ସି ନେତ୍ରୀ ମମତା ବାନାର୍ଜୀ ଏଭଳି ଘଟଣାକୁ ତୀବ୍ର ସମାଲୋଚନା କରିଛନ୍ତି।
ଗୁରୁବାର ରାହୁଲ୍‌ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ହାଥ୍‌ରାସ ଯାଉଥିଲେ। ତେବେ ସେଠାରେ କୌଣସି ପ୍ରକାର ଜନସମାଗମ ଏବଂ ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବାକୁ ପୋଲିସ ଉଭୟଙ୍କ ଗାଡ଼ିକୁ ଅଧା ବାଟରେ ଅଟକାଇଥିଲା। ପରେ ଉଭୟ ରାହୁଲ୍‌ ଏବଂ ପ୍ରିୟଙ୍କା ଚାଲିଚାଲି ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ବାହାରିଥିଲେ। ଅଧାବାଟରେ ପୋଲିସ ସେମାନଙ୍କୁ ଅଟକାଇବାରୁ ପୀଡ଼ିତାଙ୍କ ପରିବାରକୁ ସେ ଏକା ଭେଟିବାକୁ ଚାହୁଁଛନ୍ତି ବୋଲି ରାହୁଲ୍‌ ପୋଲିସକୁ କହିଥିଲେ। ହେଲେ ପୋଲିସ କିଛି ଶୁଣି ନ ଥିଲା। ପରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ସମୟରେ ଠେଲାପେଲାରେ ରାହୁଲ୍‌ ତଳେ ପଡ଼ିଯାଇଥିଲେ। ଏପରି କି ପ୍ରିୟଙ୍କାଙ୍କୁ ମଧ୍ୟ ଠେଲାପେଲା କରାଯାଇଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ପରେ ପୋଲିସ ରାହୁଲ୍‌ ଏବଂ ପ୍ରିୟଙ୍କାଙ୍କୁ କିଛି ସମୟ ଅଟକ ରଖି ନୂଆଦିଲ୍ଲୀ ଫେରାଇ ଦେଇଥିଲା। କଂଗ୍ରେସ ନେତା ରଣଦୀପ ସୁର୍ଜଓ୍ବୋଲା ପୋଲିସର ଏଭଳି ଅମାନବୀୟ କାର୍ଯ୍ୟକୁ ନିନ୍ଦା କରିବା ସହ ରାହୁଲ ଏବଂ ପ୍ରିୟଙ୍କା ଏକାକୀ ଚାଲିକି ଯିବାକୁ କହିବା ପରେ ଯୋଗୀ ଆଦିତ୍ୟନାଥ କାହିଁକି ଡରିଗଲେ ବୋଲି ପ୍ରଶ୍ନ କରିଛନ୍ତି।
ପ୍ରକାଶ ଯେ, ଗତ ୧୪ତାରିଖରେ ଜଣେ ଯୁବତୀ ତାଙ୍କ ମା’ଙ୍କ ସହ ବିଲକୁ ଯାଉଥିବାବେଳେ ୪ଜଣ ଯୁବକ ଉକ୍ତ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କରିଥିଲେ। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ପରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଗତ ମଙ୍ଗଳବାର ମୃତ୍ୟୁ ଘଟିଥିଲା। ପୀଡ଼ିତାଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ପୋଲିସ ଯେଉଁଭଳି ତରବରିଆ ଭାବେ ଅନ୍ତିମ ସଂସ୍କାର କରିଲା ତାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଭଳି ଏକ ସମ୍ବେଦନଶୀଳ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୩ଜଣିଆ ଏସ୍‌ଆଇଟି ଗଠନ କରିଛନ୍ତି। ଏପରି କି ପୀଡ଼ିତାଙ୍କ ପରିବାର ସହ ଫୋନ ଯୋଗେ ଆଲୋଚନା କରି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଶ୍ୱାସନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri