ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ ଯାଇ ସେଠାରେ ଛାତ୍ରୀଛାତ୍ରଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ସତ୍ୟଭାମାପୁରରେ କିଛି ସମୟ ବିତାଇବା ପରେ ରାହୁଲ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସାଲେପୁରର କୁଳିଆରେ ପହଞ୍ଚିଥିଲେ।

ରାହୁଲ ପହଞ୍ଚିବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି। ସାଲେପୁରସ୍ଥିତ କୁଳିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ରାହୁଲ କହିଛନ୍ତି, ଏତେ ଖରାରେ ଆପଣମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି। ରାହୁଲ ଏହି ସମାବେଶରେ ତାଙ୍କର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଏଥିସହିତ ରାହୁଲ ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, ନବୀନ ଏଠାରେ କିଛି ନିର୍ଦ୍ଦିଷ୍ଟ ଲୋକଙ୍କୁ ନେଇ ସରକାର ଚଳାଇଛନ୍ତି। ଅଳ୍ପ କିଛି ଲୋକ ହିଁ ସବୁ ଫାଇଦା ଉଠାଉଛନ୍ତି। ଏଠାରେ ବିଜେଡି-ଭାଜପାର ବାହାଘର ହୋଇଯାଉଛି। ଓଡ଼ିଶାକୁ ପାଣ୍ଡିଆନ ଚଳାଉଛନ୍ତି। ସେ ପାଣ୍ଡିଆନକୁ କଟାକ୍ଷ କରି କହିଛନ୍ତି,ଏଠାରେ ଆଉ ପାନ ଶାସନ ଚଳିବନି। ଏଥର କଂଗ୍ରେସ ଆସିଲେ ଓଡ଼ିଶାରେ ବହୁତ କିଛି ପରିବର୍ତ୍ତନ ହେବ।  ସେ ଆହୁରି କହିଛନ୍ତି, ପେହଲି ନୌକରୀ ପକ୍କି’ ଯୋଜନା ଆଣିବ କଂଗ୍ରେସ। ସମସ୍ତ ବେକାର ଯୁବତୀଯୁବକଙ୍କୁ ଚାକିରି ଗ୍ୟାରେଣ୍ଟି ଦେଉଛୁ। ସରକାରଙ୍କୁ କେହି ଚାକିରି ମାଗିଲେ ନିଶ୍ଚିତ ଚାକିରି ମିଳିବ। ଚାକିରି ମାଗିବା କ୍ଷଣି ବର୍ଷକ ପାଇଁ ଆପ୍ରେଣ୍ଟିସିପ୍‌ ଦିଆଯିବ। ଦେଶର ସବୁ ଗରିବ ପରିବାରର ଜଣେ ଜଣେ ମହିଳାଙ୍କୁ ବଛାଯିବ। ଉକ୍ତ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ପ୍ରତି ମାସରେ ୮ ହଜାର ୫ ଶହ ଟଙ୍କା ମହିଳାଙ୍କ ଖାତାକୁ ଯିବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ପରେ ମଧ୍ୟ, ବିରାଟ-ଧୋନିଙ୍କୁ ଟକ୍କର ଦେଉଛନ୍ତି ସଚିନ

ନୂଆଦିଲ୍ଲୀ,୮।୮: ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବାର ଏକ ଦଶନ୍ଧିରୁ ଅଧିକ ସମୟ ବିତିଗଲାଣି; ସେ ନଭେମ୍ବର ୧୬, ୨୦୧୩ରେ ଖେଳକୁ ବିଦାୟ ଦେଇଥିଲେ। ବର୍ଷ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି।…

କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ…

ନାବାଳିକାଙ୍କୁ ଓଡ଼ିଶାରୁ ଅପହରଣ କରି କେରଳରେ ବଳାତ୍କାର , ଅଭିଯୋଗ ପରେ ବନ୍ଧାହେଲେ ଯୁବକ

ଜମନକିରା,୮ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଳି ଅଞ୍ଚଳର ଜନୈକା ନାବାଳିକାଙ୍କୁ ଅପହରଣ କରି କେରଳ ନେଇ ବଳାତ୍କାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ…

ଇରାନ ଯୁଦ୍ଧକୁ ନେଇ ପେଜେଶକିଆନଙ୍କ ବଡ଼ ବିବୃତ୍ତି: ‘ଆମେ ଏହାକୁ ଆରମ୍ଭ କରିନାହୁଁ; ୪୮ ଘଣ୍ଟା ମଧ୍ୟରେ…’

ତେହରାନ,୮।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଦୀର୍ଘକାଳୀନ ସଂଘର୍ଷ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ ସ୍ପଷ୍ଟ ଭାବରେ…

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri