Posted inଜାତୀୟ

କଂଗ୍ରେସରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ!

ନୂଆଦିଲ୍ଲୀ,୧୫।୪: ନିର୍ବାଚନ ସମୟରେ ନେତାଙ୍କ ସହ ଜଡିତ ନକଲି ଭିଡିଓ ଭାଇରାଲ ହେବାରେ ଲାଗିଛି। କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଦାବି କରାଯାଇଛି ଯେ ରାହୁଲ ଗାନ୍ଧୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ତେବେ ଯେତେବେଳେ ଏହି ଭାଇରାଲ ଭିଡିଓର ଯାଞ୍ଚ କରାଗଲା, ତାହା ନକଲି ବୋଲି ଜଣାପଡିଲା। ଏହି ଭିଡିଓ ଦଳରୁ ଇସ୍ତଫା ଦେଇଥିବାର ନୁହେଁ କେରଳର ୱାୟନାଡ ଆସନରୁ ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରୁଥିବାର ଭିଡିଓ। ଭିଡିଓରେ ଏଏସ ସାହାଯ୍ୟରେ ଭଏସ କ୍ଲୋନିଂ କରାଯାଇଛି । ରାହୁଲ ୱାୟନାଡରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଯେଉଁଠାରେ ସେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ)ର ଆନି ରାଜା ଏବଂ ଭାରତୀୟ ଜନତା ପାର୍ଟିର କେରଳ ୟୁନିଟ୍‌ ସଭାପତି କେ ସୁରେନ୍ଦ୍ରନଙ୍କ ସହ ପ୍ରତିଦ୍ୱନ୍ଦିତା କରିବେ।

ଭାଇରାଲ ଭିଡିଓରେ ରାହୁଲ ତାଙ୍କ ଇସ୍ତଫା ଘୋଷଣା କରିବା ସହ କିଛି ଡକ୍ୟୁମେଣ୍ଟରେ ଦସ୍ତଖତ କରୁଥିବା ଦେଖିବାକୁ ମିଳିବ। ଇସ୍ତଫା ଘୋଷଣା କରି ସେ କହିଛନ୍ତି, ମୁଁ ରାହୁଲ ଗାନ୍ଧୀ ଆଜି କଂଗ୍ରେସରୁ ଇସ୍ତଫା ଦେଉଛି। ଭିଡିଓରେ ସେ ଆହୁରି ମଧ୍ୟ କହିଛନ୍ତି, ଅନ୍ୟାୟ ଯାତ୍ରା ପରେ ମୁଁ ମଧ୍ୟ ଏକ ନ୍ୟାୟ ଯାତ୍ରା ଜାରି କରିଥିଲି କିନ୍ତୁ ମୋଦି ଜୀ ଦୁର୍ନୀତିଗ୍ରସ୍ତଙ୍କୁ ଜେଲକୁ ପଠାଉଛନ୍ତି। ବର୍ତ୍ତମାନ ମୋଦି ଶାସନ ଅଧୀନରେ ଆମେ ଦୁର୍ନୀତିଗ୍ରସ୍ତ ଲୋକଙ୍କୁ ଶୀଘ୍ର ଜେଲ ପଠାଯିବ, ତେଣୁ ମୁଁ ଇଟାଲୀରେ ମୋର ମାତାପିତାଙ୍କ ଘରକୁ ଯାଉଛି। ଏକ୍ସରେ ଭିଡିଓ ଶେୟାର କରିବାବେଳେ ଜଣେ ଉପଭୋକ୍ତା ଲେଖିଛନ୍ତି, ମୁଁ ରାହୁଲ ଗାନ୍ଧୀ କଂଗ୍ରେସରୁ ଇସ୍ତଫା ଦେଉଛି। ମନୋରଞ୍ଜନର ଏହି ବ୍ୟଙ୍ଗାତ୍ମକ ଯୁଗରେ ସତ୍ୟ ଆଶା କର ନାହିଁ ଏବଂ ଏହାକୁ ପୂର୍ଣ୍ଣ ଉପଭୋଗ କର।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri