ରାହୁଲଙ୍କ ଅଭିଯୋଗ, ସରକାରଙ୍କୁ ପ୍ରଶ୍ନ କରୁଥିବା ଲୋକଙ୍କୁ କରାଯାଉଛି ଆକ୍ରମଣ, ବିବିସିର ଦେଲେ ଉଦାହରଣ

ଲଣ୍ଡନ/ନୂଆଦିଲ୍ଲୀ,୫ ।୩: କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଶନିବାର ଲଣ୍ଡନରେ ମିଡିଆକୁ ସମ୍ବୋଧନ କରିବା ସମୟରେ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ସରକାର ଉପରେ ଖୁବ୍ ବର୍ଷିଛନ୍ତି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଅଭିଯୋଗ କରିଛନ୍ତି, ଯଦି କେହି ପ୍ରଧାନମନ୍ତ୍ରୀ ମୋଦି ଓ ତାଙ୍କ ସରକାର ଉପରେ ପ୍ରଶ୍ନ ଉଠାଉଛି ତେବେ ତାଙ୍କୁ ଆକ୍ରମଣ କରାଯାଉଛି । ସେ ତାଙ୍କର ଏହି ବୟାନ ସପକ୍ଷରେ ବିବିସି ବିରୋଧରେ ଆୟକର ବିଭାଗର ସଦ୍ୟତମ ସର୍ଭେର ଉଦାହରଣ ଦେଇଥିଲେ ଓ କହିଥିଲେ ବ୍ରିଟିଶ ବ୍ରଡକାଷ୍ଟିଂ କର୍ପୋରେଶନ(ବିବିସି) ସହ ମଧ୍ୟ ଏମିତି ହୋଇଛି ।
ରାହୁଲ ଅଭିଯୋଗ କରିଛନ୍ତି, ଯେ ବିବିସି ବିରୋଧରେ ହୋଇଥିବା ସର୍ଭେ କାର୍ଯ୍ୟ ହେଉଛି ‘ଦେଶରେ ସ୍ୱର ଦମନ’ର ଏକ ଉଦାହରଣ । ସେଥିପାଇଁ ସେ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ଦେଶବାସୀଙ୍କୁ ନିରବ କରିବାକୁ ଉଦ୍ୟମ କରିବା ବିରୋଧରେ ‘ଭାରତ ଯୋଡୋ ଯାତ୍ରା’କୁ ଅଭିବ୍ୟକ୍ତିର ସ୍ୱାଧିନତା ଭାବେ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri