Posted inଜାତୀୟ

ଜନ୍ମଦିନ ନ ପାଳିବାକୁ କହିଲେ ରାହୁଲ

ନୂଆଦିଲ୍ଲୀ,୧୯ ।୬: କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ‘ ଯୋଜନାକୁ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ କିଛି ରାଜ୍ୟରେ ହିଂସାତ୍ମକ ପରିସ୍ଥିତି ସାମ୍ନାକୁ ଆସିଛି । ଦେଶର ଯୁବବର୍ଗ ଏହି ଯୋଜନାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ବିରୋଧ ପ୍ରଦର୍ଶନ କରୁଛନ୍ତି । ଏହି ବିରୋଧ ପ୍ରଦର୍ଶନକୁ ସମର୍ଥନ ଜଣାଇ କଂଗ୍ରେସ ରବିବାର ଜନ୍ତର-ମନ୍ତରରେ ସତ୍ୟାଗ୍ରହ କରିବ ବୋଲି କହିଛି । ରବିବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଜନ୍ମଦିନ ହୋଇଥିବା ବେଳେ ତାଙ୍କ ଜନ୍ମଦିନକୁ ଧୁମଧାମରେ ପାଳନ ନ କରିବାକୁ ସେ କର୍ମୀ ଓ ଶୁଭଚିନ୍ତକମାନଙ୍କୁ ଅନୁରୋଧ କରିଛନ୍ତି । ରାହୁଲ କହିଛନ୍ତି ଦେଶର ଯୁବବର୍ଗ ଅଗ୍ନିପଥ ଯୋଜନାକୁ ନେଇ ଦୁଃଖିତ । ତେଣୁ ମୋର ଜନ୍ମଦିନରେ କୌଣସି ଉତ୍ସବ ପାଳନ ନ କଲେ ଭଲ ।
ସୂଚନାଯୋଗ୍ୟ, ସେନାରେ ଭର୍ତ୍ତି ପାଇଁ କେନ୍ଦ୍ର ସରକାର ‘ଅଗ୍ନିପଥ‘ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏଥିରେ ଜଣେ ପ୍ରାର୍ଥୀ ୪ ବର୍ଷ ଚାକିରି କରିପାରିବ । ଚାକିରିର ସମୟ ସୀମା ଅଳ୍ପ ଥିବାରୁ ଏହାକୁ ବିରୋଧ କରି ଏବେ ଯୁବବର୍ଗ ରାଜରାସ୍ତାକୁ ଓହ୍ଲାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri