ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ସାଲେପୁରରେ ଆୟୋଜିତ ଏକ ଜନସମାବେଶରେ ଉଦ୍‌ବୋଧନ ଦେବେ।