Posted inଜାତୀୟ

ଭାଗବତଙ୍କୁ ବି ଆତଙ୍କବାଦୀ କହିବାକୁ ପଛାଇବେ ନାହିଁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୪ ।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ କୃଷି ଆଇନକୁ ନେଇ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗୁରୁବାର ରାହୁଲ ରାଷ୍ଟ୍ରପତିଙ୍କୁ ସାକ୍ଷାତ୍ କରି କୃଷି ଆଇନ ଉପରେ କଥା ହୋଇଛନ୍ତି । ଏହାପରେ ଗଣମାଧ୍ୟମକୁ ରାହୁଲ କହିଛନ୍ତି ଯିଏ ବି ମୋଦି ସରକାରଙ୍କ ବିରୋଧରେ କହିବ, ସେ ତାଙ୍କୁ ଆତଙ୍କବାଦୀ ବୋଲି କହିବାକୁ ପଛାଇବେ ନାହିଁ । ରାହୁଲ ଆହୁରି ମଧ୍ୟ କହିଛନ୍ତି କାଲି ଯଦି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ମୋଦିଙ୍କ ବିରୋଧରେ କୁହନ୍ତି ତେବେ ସେ ତାଙ୍କୁ ମଧ୍ୟ ଆତଙ୍କବାଦୀ ବୋଲି କହିବାକୁ ପଛାଇବେ ନାହିଁ । ଭାରତୀୟ ଜନତା ପାର୍ଟି(ଭାଜପା) ତଥା ମୋଦି ସରକାରଙ୍କର କେବଳ ଗୋଟିଏ ଲକ୍ଷ୍ୟ ସେମାନଙ୍କ ଧନୀ ବନ୍ଧୁଙ୍କୁ ଲାଭ ଦେବା । ଆଉ ଯଦି କେହି ମୋଦିଙ୍କ ବିରୋଧରେ କହୁଛି ତେବେ ମୋଦି ତାଙ୍କୁ କିଛି ନା କିଛି ଭୁଲ ଥିବା ଦର୍ଶାଉଛନ୍ତି । କୃଷକ ଆନ୍ଦୋଳନ କଲେ ତାଙ୍କୁ ମୋଦି ଆତଙ୍କବାଦୀ ବୋଲି କହୁଛନ୍ତିି, ଶ୍ରମିକଙ୍କୁ ମୋଦି ଆତଙ୍କବାଦୀ ବୋଲି କହୁଛନ୍ତି । ମୋଦି କେବଳ ୨-୩ ଜଣ ଲୋଙ୍କୁ ଦେଶକୁ ସମର୍ପିତ କରି ଦେଇଛନ୍ତି ବୋଲି ରାହୁଲ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri