Posted inଜାତୀୟ

ହାତରେ ମଶାଲ, ଶିବାଜୀ ମହାରାଜଙ୍କୁ ପ୍ରଣାମ କରି ମହାରାଷ୍ଟ୍ର ପହଞ୍ଚିଲା ରାହୁଲଙ୍କ ଭାରତ ଯୋଡୋ ଯାତ୍ରା

ମୁମ୍ବାଇ,୮ ।୧୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ମହାରାଷ୍ଟ୍ର ପହଞ୍ଚି ଯାଇଛି, ଯାହା ୧ ମାସ ପୂର୍ବରୁ କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା । ଏହା କର୍ନାଟକରୁ ତେଲେଙ୍ଗାନା ଓ ଏବେ ମହାରାଷ୍ଟ୍ରରେ ପହଞ୍ଚିଛି । ମହାରାଷ୍ଟ୍ର ମାଟିରେ ପାଦ ରଖି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆରାଧ୍ୟ ଦେବତା ଛତ୍ରପତି ଶିବାଜୀ ମହାରାଜ, ମହାତ୍ମା ବସବେଶ୍ୱର, ମହାତ୍ମା ଜ୍ୟୋତିବା, ମହାପୁରୁଷ ଡା. ବାବାସାହେବ ଆମ୍ବେଦକର, ପୂଣ୍ଣ୍ୟଶ୍ଳୋକ ଅହିଲ୍ୟାଦେବୀ ହୋଲକର, ଅନ୍ନାଭାଇ ସାଠେଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସେମାନଙ୍କୁ ପ୍ରଣାମ କରିଛନ୍ତି ।
ସୋମବାର ରାତିରେ ରାହୁଲ ଗାନ୍ଧୀ ମହାରାଷ୍ଟ୍ରରେ ପହଞ୍ଚିବା ପରେ ତାଙ୍କୁ ମରାଠି ଢଙ୍ଗରେ ଯୋରଦାର ସ୍ୱାଗତ କରାଯାଇଛି । ଏହି ଅବସରରେ ରାହୁଲ ଗାନ୍ଧୀ ଦେଗଲୁରରେ ହଜାର ହଜାର ସଂଖ୍ୟାରେ ଜମା ହୋଇଥିବା ଲୋକଙ୍କୁ ସମ୍ବୋଧିତ କରିଛନ୍ତି । ସେ ତାଙ୍କ ଭାଷଣର ଆରମ୍ଭ ଛତ୍ରପତି ଶିବାଜୀ ମହାରାଜ କି ଜୟ କହି ଆରମ୍ଭ କରିଥିଲେ । ସେ କହିଥିଲେ ଗର୍ବର କଥା ହେଉଛି ଯେ ମହାରାଷ୍ଟ୍ରରେ ଛତ୍ରପତି ଶିବାଜୀ ମହାରାଜଙ୍କ ଆଶୀର୍ବାଦ ନେଇ ଭାରତ ଯୋଡୋ ଯାତ୍ରା ଆରମ୍ଭ କରାଯାଇଛି । ସେ କହିଥିଲେ ଏବେ ଦେଶରେ କିଛି ଜ୍ୱଳନ୍ତ ସମସ୍ୟା ରହିଛି ହେଲେ ସରକାର ଏହା ପ୍ରତି ଦୃଷ୍ଟି ଦେଉ ନାହାନ୍ତି । ଏହି ସରକାର କେବଳ ୪-୫ ଜଣ ପୁଞ୍ଜିପତିଙ୍କ ପାଇଁ କାମ କରୁଛନ୍ତି । ନୋଟବନ୍ଦି ଦେଶରେ କ୍ଷୁଦ୍ର ବ୍ୟବସାୟୀଙ୍କ ଜିବିକାକୁ ଠପ କରିଦେଲା । ଏବେ ୪୦୦ ଟଙ୍କାର ଗ୍ୟାସ ସିଲିଣ୍ଡର ୧୧୦୦ ଟଙ୍କା ହେଲାଣି, ପେଟ୍ରୋଲ ଡିଜେଲ ୧୦୦ ଟଙ୍କା ଉପରକୁ ଗଲାଣି । ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ନେଇ ଗୋଟିଏ ବି ଶବ୍ଦ କହୁ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri