Posted inଜାତୀୟ

‘ଭାରତର ବିକାଶକୁ ହଜମ କରିପାରୁନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୩୦।୮: ନିକଟରେ ପ୍ରକାଶିତ ସରକାରୀ ମାନଚିତ୍ରରେ ଚାଇନା ଅରୁଣାଚଳ ପ୍ରଦେଶ ଏବଂ ଅକ୍ସାଇ ଚୀନର ଅଂଶ ଦେଖାଇବା ପରେ ଭାରତ ଅସନ୍ତୋଷ ବ୍ୟକ୍ତ କରିଛି। ଚାଇନା ଦାବିକୁ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଧ୍ୟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅନ୍ୟପକ୍ଷରେ ଏହି ପ୍ରସଙ୍ଗରେ ରାଜନୈତିକ ମହଲରେ ବାକ୍‌ଯୁଦ୍ଧ ମଧ୍ୟ ଆରମ୍ଭ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏହି ପ୍ରସଙ୍ଗରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ଲଦାଖରେ ମଧ୍ୟ ଏକ ଇଞ୍ଚ ଜମି ନଷ୍ଟ ହୋଇନାହିଁ ବୋଲି ପ୍ରଧାନମନ୍ତ୍ରୀ ମୋଦି କହୁଛନ୍ତି। କିନ୍ତୁ ଏହା ସମ୍ପୂର୍ଣ୍ଣ ମିଛ ବୋଲି ମୁଁ ପୂର୍ବରୁ କହିସାରିଛି। ମୁଁ ନିକଟରେ ଲଦାଖରୁ ଫେରି ଆସିଛି। ସେଠାରେ ସମସ୍ତେ ଜାଣନ୍ତି ଯେ ଚାଇନା ଆମ ଜମି ଅକ୍ତିଆର କରିଛି। ଏହାକୁ ନେଇ ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ରାହୁଲଙ୍କୁ ସମାଲୋଚନା କରିଛନ୍ତି।
ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ରାହୁଲ ଗାନ୍ଧୀ ବାରମ୍ବାର ଏମିତି କହି ନିଜର ମାନସିକ ସ୍ଥିତି ଦେବାଳିଆ ଥିବା ଦର୍ଶାଇଛନ୍ତି। ସେ ଭାରତର ବିକାଶକୁ ହଜମ କରିବାରେ ସକ୍ଷମ ନୁହଁନ୍ତି। ତାଙ୍କର ଆଭିମୁଖ୍ୟ ସର୍ବଦା ଚାଇନା ସମର୍ଥକ ରହିଆସିଛି। ଆଜି ଭାରତର ନେତୃତ୍ୱ ଏବଂ ଏହାର ପ୍ରତିରକ୍ଷା ଶକ୍ତି ସାରା ବିଶ୍ୱରେ ଜଣାଶୁଣା। ଭାରତ ପ୍ରତି ରାହୁଲଙ୍କର ପାରିବାରିକ ନିରାଶା ଅଛି ଏବଂ ତାଙ୍କ ମନ୍ତବ୍ୟ ତାହା ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri