Posted inଜାତୀୟ

ପ୍ରେମିକାଙ୍କୁ ବାହା ହୋଇପାରିଲେନି ବୋଲି ରାଜନୀତିକୁ ଆସିଛନ୍ତି ରାହୁଲ, କଙ୍ଗନାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୪।୪: ହିମାଚଳ ପ୍ରଦେଶର ମଣ୍ଡିରୁ ଲୋକ ସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରତିଦ୍ୱନ୍ଦିତା କରିବେ ଅଭିନେତ୍ରୀ କଙ୍ଗନା ରଣାଓ୍ବତ। ତେବେ ଗୁରୁବାର ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରେମିକାଙ୍କୁ ବାହା ହୋଇ ନ ପାରିବାରୁ ରାଜନୀତିକୁ ଜବରଦସ୍ତି ଆସିଛନ୍ତି ରହୁଲ। ରାହୁଲଙ୍କ ବ୍ୟତୀତ ପ୍ରିୟଙ୍କା ଗାନ୍ଧୀଙ୍କୁ ମଧ୍ୟ ସେ ଜୋରଦାର ଟାର୍ଗେଟ କରିଛନ୍ତି। ରାହୁଲ ଓ ପ୍ରିୟଙ୍କାଙ୍କୁ ସେ ପରିସ୍ଥିତିର ଦାସ ବୋଲି ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ଏହି ଦୁଇଜଣଙ୍କ ଭାଗ୍ୟ ପାଇଁ ତାଙ୍କ ମାଆ ତଥା ଦଳର ପୂର୍ବ ସଭାପତି ସୋନିଆ ଗାନ୍ଧୀ ଦାୟୀ ଅଟନ୍ତି। ରାହୁଲ ଜଣେ ମହତ୍ତ୍ୱାକାଙ୍ଖି ମାଆଙ୍କର ପୁଅ ଅଟନ୍ତି। ଦୁଇ ଭାଇଭଉଣୀ ତାଙ୍କ ଜୀବନରେ କିଛି ଭଲ କରିପାରିଥା’ନ୍ତେ ହେଲେ ତାଙ୍କ ମାଆ ସେମାନଙ୍କ ଉପରେ ଚାପ ପକାଇଛନ୍ତି।

ଏକ ସାକ୍ଷାତକାର ଦେଇ କଙ୍ଗନା ରାହୁଲଙ୍କ ପରିବାରକୁ ନେଇ ବିବାଦୀୟ ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି, ଶୁଣିବାକୁ ମିଳିଛି ରାହୁଲ ଜଣେ ମହିଳାଙ୍କୁ ପ୍ରେମ କରୁଥିଲେ। ହେଲେ ତାଙ୍କ ସହ ରାହୁଲଙ୍କ ବିବାହ ହୋଇ ପାରିଲା ନାହିଁ। ଏବେ ନା ସେ ବାହା ହୋଇ ପାରୁଛନ୍ତି ନା କ୍ୟାରିୟର କରି ପାରୁଛନ୍ତି। ତାଙ୍କ ଉପରେ ପରିବାରର ଚାପ ରହୁଛି। ରାହୁଲ ଓ ପ୍ରିୟଙ୍କା ଦୁହେଁ ଭଲ ଅଟନ୍ତି। ହେଲେ ତାଙ୍କ ମାଆ ତାଙ୍କୁ ସବୁବେଳେ ଅସୁବିଧାରେ ପକାଉଛନ୍ତି। ଦୁହିଁଙ୍କ ରାଜନୀତିରେ କୌଣସି ଭବିଷ୍ୟତ ନାହିଁ ବୋଲି କଙ୍ଗନା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ବୈଠକ ପରେ ନୂଆ ଟିମ ଘୋଷଣା କଲା CJP, ୧୨ ଜଣଙ୍କୁ ଦାୟିତ୍ୱ; ଅଭିଜିତ ଦୀପକେଙ୍କୁ ମିଳିଲା ବଡ଼ ପଦ

ନୂଆଦିଲ୍ଲୀ, ୭।୮: କକରୋଚ ଜନତା ପାର୍ଟି (CJP)ର ଜାତୀୟ କାର୍ଯ୍ୟକାରିଣୀ ଗଠନ ହୋଇଛି। ଏଥିରେ ଅଭିଜିତ ଦୀପକେଙ୍କ ସମେତ ୧୨ ଜଣଙ୍କୁ ସ୍ଥାନ ମିଳିଛି। ଅଭିଜିତ ଦୀପକେଙ୍କ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଜଣାପଡିଲା କିଏ କରିଥିଲେ NEET-UG ପ୍ରଶ୍ନପତ୍ର ଲିକ୍‌: CBI କଲା ବଡ଼ ଖୁଲାସା, ଦେଶରେ ଚହଳ

ନୂଆଦିଲ୍ଲୀ, ୭।୮: NEET-UG ପ୍ରଶ୍ନପତ୍ର ଲିକ୍‌ ମାମଲାରେ CBIର ଚାର୍ଜସିଟ ପରୀକ୍ଷା ବ୍ୟବସ୍ଥାର ସୁରକ୍ଷାକୁ ନେଇ ଗୁରୁତର ପ୍ରଶ୍ନ ଉଠାଇଛି। ତଦନ୍ତରୁ ଜଣାପଡ଼ିଛି ଯେ, ପ୍ରଶ୍ନପତ୍ର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri