Posted inଜାତୀୟ

କ୍ଷେତରେ ଧାନ କାଟୁଛନ୍ତି ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୯।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଛତିଶଗଡର ଚାଷୀଙ୍କୁ ଧାନ ଅମଳ କରିବାରେ ସାହାଯ୍ୟ କରିଛନ୍ତି ଏବଂ କୃଷକମାନଙ୍କ ପାଇଁ ତାଙ୍କ ସରକାର କରିଥିବା କାର୍ଯ୍ୟର ସମ୍ପୂର୍ଣ୍ଣ ତାଲିକା ଉପସ୍ଥାପନ କରିଛନ୍ତି। ଏହାପୂର୍ବରୁ କଂଗ୍ରେସ ପାର୍ଟି ଖୋଲାଖୋଲି ଭାବେ ପୁରୁଣା ପେନ୍ସନ ସ୍କିମ ପ୍ରସଙ୍ଗରେ ଜନସାଧାରଣଙ୍କ ନିକଟରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରିଥିଲା। ଦୁଇଟି ପ୍ରସଙ୍ଗ ବ୍ୟତୀତ, କଂଗ୍ରେସ ପାର୍ଟି ଯେପରି ଅଗ୍ନିବୀର ଏବଂ ସେନା ଯବାନମାନଙ୍କୁ ଯୋଗାଇ ଦିଆଯାଇଥିବା ସୁବିଧା ସମ୍ବନ୍ଧରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରିଛି, ଏହା ସମଗ୍ର ରାଜନୈତିକ ରୋଡ ମ୍ୟାପର କାହାଣୀ କହୁଛି। କଂଗ୍ରେସ ପାର୍ଟି ସହ ଜଡିତ ବରିଷ୍ଠ ନେତାମାନେ କହିଛନ୍ତି ବିଧାନସଭା ନିର୍ବାଚନରେ କଂଗେସ ପାର୍ଟି ଯେଉଁଭଳି ଭାବେ ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ରାଜ୍ୟ ଗସ୍ତ କରୁଛି ଏସବୁକୁ ଲୋକ ସଭା ନିର୍ବାଚନର ପ୍ରସଙ୍ଗ କରି ଜନତାଙ୍କ ନିକଟରେ ମଜଭୁତ ଗାବେ ଠିଆ ହେବା ଜରରୀ।

କଂଗ୍ରେସ ପାର୍ଟି ସହ ଜଡିତ ନେତାମାନେ କହିଛନ୍ତି ଯେ ଅନେକ ପ୍ରସଙ୍ଗରେ ସେମାନଙ୍କ ଦଳ ଜନସାଧାରଣଙ୍କ ମଧ୍ୟରେ ନିଜର ମତ ପ୍ରକାଶ କରିଛନ୍ତି। ଏଥିରେ ଥିବା ମୁଖ୍ୟ ପ୍ରସଙ୍ଗଗୁଡ଼ିକ ହେଉଛି ପୁରୁଣା ପେନସନ ସ୍କିମ ଲାଗୁ କରିବା କୃଷକମାନଙ୍କୁ ଦିଆଯାଇଥିବା ଏମଏସପି ବୃଦ୍ଧି ଏବଂ ଏହା ବ୍ୟତୀତ ହିମାଚଳ ପ୍ରଦେଶ ଏବଂ କର୍ନାଟକରେ କେଉଁ ପ୍ରସଙ୍ଗ ଆଧାରରେ କଂଗ୍ରେସ କ୍ଷମତାକୁ ଫେରିଛି ଏହିସବୁକୁ ବିଭିନ୍ନ ରାଜ୍ୟରେ କାର୍ଯ୍ୟକାରୀ କରିବାକୁ ପଡ଼ିବ। ଏହି କ୍ରମରେ ରାହୁଲ ଗାନ୍ଧୀ ଛତିଶଗଡର ଏକ ଗାଁରେ କୃଷକ ଏବଂ ଶ୍ରମିକଙ୍କୁ ଭେଟି ଧାନ ଅମଳ କରିବାରେ ସାହାଯ୍ୟ କରିଥିଲେ ା ସେ କ୍ଷେତରେ ଧାନ କାଟୁଥିବା ଦେଖାଯାଇଛି ଏବଂ ସେମାନଙ୍କ ସହ କଥା ହୋଇଥିଲେ। ଏହି ସମୟରେ ରାହୁଲ ଗାନ୍ଧୀ କହିଛନ୍ତି ଯେ ଯଦି କୃଷକମାନେ ଖୁସି ରହନ୍ତି ତେବେ ଭାରତ ମଧ୍ୟ ସମୃଦ୍ଧ ମାର୍ଗରେ ଆଗକୁ ବଢିବ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri