Posted inଜାତୀୟ

ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି, ଖାତିର କଲେନି ରାହୁଲ ଗାନ୍ଧୀ; ତୀବ୍ର ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୬।୧: ଦୁଇ ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ହେଲେ କର୍ଣ୍ଣପାତ କଲେନି ରାହୁଲ ଗାନ୍ଧୀ। ଆଗରୁ ଅନେକ ଥର ରାହୁଲ ବରିଷ୍ଠ ମାନଙ୍କୁ ହତାଦର କରିବାର ନଜିର ରହିଛି। ଏବେ ସେ ରାଷ୍ଟ୍ରପତିଙ୍କ ଅନୁରୋଧକୁ ମଧ୍ୟ ଖାତିର କରି ନାହାନ୍ତି।

ସୋମବାର ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିଲା ‘ଆଟ୍ ହୋମ୍’ କାର୍ଯ୍ୟକ୍ରମ। ଏଥିରେ ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଉତ୍ତର-ପୂର୍ବ ଭାରତର ପାରମ୍ପରିକ ‘ପଟ୍କା’ ପିନ୍ଧି ନଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ରାଜନୈତିକ ଯୁଦ୍ଧ ଆରମ୍ଭ ହୋଇଛି।

ଭାଜପା ଆଇଟି ସେଲ୍ ମୁଖ୍ୟ ଅମିତ ମାଲବ୍ୟ ଦାବି କରିଛନ୍ତି ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଥର ଅନୁରୋଧ କରିବା ସତ୍ତ୍ୱେ ରାହୁଲ ଗାନ୍ଧୀ ପଟ୍କା ପିନ୍ଧିବାକୁ ମନା କରିଥିଲେ। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିଦେଶୀ ପ୍ରତିନିଧି ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ ମଧ୍ୟ ଏହି ପଟ୍କା ପିନ୍ଧିଥିଲେ।

ଏହି ଘଟଣାକୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ରାହୁଲଙ୍କ ଏହି ଆଚରଣକୁ “ଅତ୍ୟନ୍ତ ସମ୍ବେଦନହୀନ” ଏବଂ “ଉତ୍ତର-ପୂର୍ବବାସୀଙ୍କ ପ୍ରତି ଅପମାନ” ବୋଲି କହିଛନ୍ତି। ଏଥିପାଇଁ ସେ ରାହୁଲଙ୍କ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି।

ଭାଜପାର ଏହି ଆକ୍ରମଣକୁ କଂଗ୍ରେସ ପ୍ରତ୍ୟାଖ୍ୟାନ କରିବା ସହ ଏହାକୁ ଏକ ଅଣ-ପ୍ରସଙ୍ଗ ବୋଲି କହିଛି। କଂଗ୍ରେସ ନେତା ପବନ ଖେରା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଏକ ଫଟୋ ସେୟାର କରିଛନ୍ତି, ଯେଉଁଥିରେ ସେ ମଧ୍ୟ ପଟ୍କା ପିନ୍ଧି ନାହାନ୍ତି। ହିମନ୍ତ ବିଶ୍ୱ ଶର୍ମା କ’ଣ ରାଜନାଥ ସିଂଙ୍କଠାରୁ ମଧ୍ୟ କ୍ଷମା ମାଗିବେ କି ବୋଲି ସେ ପ୍ରଶ୍ନ କରିଛନ୍ତି।

ସେହିପରି କଂଗ୍ରେସ ନେତା ଅଜୟ କୁମାର ଲାଲୁ କହିଛନ୍ତି ଯେ ଭାଜପା କେବଳ ଅପପ୍ରଚାର ଚଳାଇଛି। ସାଧାରଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ବିରୋଧୀ ଦଳର ନେତାଙ୍କୁ ଦିଆଯାଇଥିବା ଆସନ ବ୍ୟବସ୍ଥା ଭାଜପାର ମାନସିକତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

HIL 2026: ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଚମ୍ପିୟନ, ରୋମାଞ୍ଚକର ଫାଇନାଲରେ ରାଞ୍ଚି ରୟାଲ୍ସ ପରାସ୍ତ

ଭୁବନେଶ୍ୱର,୨୬।୧: ହକି ଇଣ୍ଡିଆ ଲିଗ୍ ୨୦୨୬ର ଚମ୍ପିୟନ ହୋଇଛି ଓଡ଼ିଶାର କଳିଙ୍ଗ ଲାନ୍ସର୍ସ। କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଘରୋଇ ଟିମ୍ କଳିଙ୍ଗ ଲାନ୍ସର୍ସ…

୧୬,୦୦୦ କର୍ମଚାରୀ ଛଟେଇ କରିବ ଆମାଜନ: ପ୍ରଭାବିତ ହେବେ ଭାରତୀୟ ଟିମ୍

ନୂଆଦିଲ୍ଲୀ,୨୬।୧: ବିଶ୍ୱର ଅଗ୍ରଣୀ ଇ-କମର୍ସ ସଂସ୍ଥା ଆମାଜନ ଏକ ବଡ଼ ଧରଣର କର୍ମଚାରୀ ଛଟେଇ କରିବାକୁ ପ୍ରସ୍ତୁତି ଚଳାଇଛି। ରିପୋର୍ଟ ଅନୁସାରେ ଆସନ୍ତା ଜାନୁଆରୀ ୨୭ରୁ କମ୍ପାନୀ…

ହକି ଇଣ୍ଡିଆ ଲିଗ୍‌: ହାଇଦ୍ରାବାଦ ତୁଫାନ୍ସକୁ ବ୍ରୋଞ୍ଜ, ଓଡ଼ିଶାର ଅମନଦୀପ ଲାକ୍ରାଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର,୨୬।୧: ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ହକି ଇଣ୍ଡିଆ ଲିଗ୍‌ର ତୃତୀୟ ସ୍ଥାନ ପାଇଁ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ହାଇଦ୍ରାବାଦ ତୁଫାନ୍ସ ୪-୩ ଗୋଲରେ HIL…

ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ

ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ଅଭିଷେକଙ୍କ ବ୍ୟାଟ୍‌ରେ ଲାଗିଛି ସ୍ପ୍ରିଙ୍ଗ! ମ୍ୟାଚ ପରେ ବ୍ୟାଟ ନେଇଗଲେ ନ୍ୟୁଜିଲାଣ୍ଡ ଖେଳାଳି

ନୂଆଦିଲ୍ଲୀ,୨୬।୧: ଭାରତୀୟ ଯୁବ ଓପନର ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ ଏବେ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ ପାଲଟିଛି। ରବିବାର ଗୁଆହାଟୀଠାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତୃତୀୟ ଟି-୨୦…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

ସାଧାରଣତନ୍ତ୍ର ଦିବସ ଭାଷଣରେ ଆମ୍ବେଦକରଙ୍କୁ ଭୁଲିଗଲେ ମନ୍ତ୍ରୀ, ଅଭିଯୋଗ ଆଣି ମହିଳା କର୍ମଚାରୀ କହିଲେ…

ମୁମ୍ବାଇ,୨୬ା୧: ସୋମବାର ମହାରାଷ୍ଟ୍ରର ନାସିକରେ ସାଧାରଣତନ୍ତ୍ର ଦିବସ ପାଳନ ସମୟରେ ମହାରାଷ୍ଟ୍ର ଜଳସମ୍ପଦ ମନ୍ତ୍ରୀ ଗିରିଶ ମହାଜନ ଏକ ଲଜ୍ଜାଜନକ ପରିସ୍ଥିତିର ସମ୍ମୁଖୀନ ହୋଇଥିଲେ। ଯେତେବେଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri