Posted inଜାତୀୟ

ମାସକୁ ଏତେଲକ୍ଷ ଦରମା ପାଆନ୍ତି Rahul Gandhi , ପ୍ରଧାନମନ୍ତ୍ରୀ ମୋଦିଙ୍କ ଠାରୁ ଅଛି ୬ଗୁଣା ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୧୩।୨: ଏବେ ଚର୍ଚ୍ଚାରେ ଅଛନ୍ତି କଂଗ୍ରେସ ଏମପି Rahul Gandhi। ଉତ୍ତରପ୍ରଦେଶର ରାୟବରେଲିର ଏମପି ଏବଂ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଲୋକସଭାରେ ବିରୋଧୀ ଦଳ ନେତା ମଧ୍ୟ ଅଛନ୍ତି। ବିରୋଧୀ ଦଳ ନେତା ଭାବରେ, ରାହୁଲଙ୍କୁ କ୍ୟାବିନେଟ ମନ୍ତ୍ରୀର ମାନ୍ୟତା ମିଳିଛି, ଯାହା ଯୋଗୁଁ ପ୍ରୋଟୋକଲ ତାଲିକାରେ ତାଙ୍କର ସ୍ଥାନ ମଧ୍ୟ ବୃଦ୍ଧି ପାଇଛି।

ବିରୋଧୀ ଦଳ ନେତା ଓ ସଂସଦ ସଦସ୍ୟ ଭାବେ ଦରମା, ଭତ୍ତା ଏବଂ ପେନଶନ ସହ ଅନ୍ୟାନ୍ୟ ସୁବିଧା ମଧ୍ୟ ପାଉଛନ୍ତି। ଭତ୍ତା ବ୍ୟତୀତ, ଜଣେ ଏମପି ଭାବରେ, Rahul Gandhi ସମାନ ପଦବୀ ଏବଂ ଦରମା ସହ ଜଣେ କ୍ୟାବିନେଟ ମନ୍ତ୍ରୀଙ୍କ ପରି ବ୍ୟକ୍ତିଗତ କର୍ମଚାରୀ ମଧ୍ୟ ରଖିଛନ୍ତି। ସେ କର୍ମଚାରୀମାନଙ୍କ ମଧ୍ୟରେ ଜଣେ ବ୍ୟକ୍ତିଗତ ସଚିବ, ଦୁଇଜଣ ଅତିରିକ୍ତ ବ୍ୟକ୍ତିଗତ ସଚିବ, ଦୁଇଜଣ ସହାୟକ ବ୍ୟକ୍ତିଗତ ସଚିବ, ଦୁଇଜଣ ବ୍ୟକ୍ତିଗତ ସହାୟକ, ଜଣେ ହିନ୍ଦୀ ଷ୍ଟେନୋ, ଜଣେ କ୍ଲର୍କ, ଜଣେ ଝାଡୁଦାର ଏବଂ ଚାରି ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀ ଅଛନ୍ତି।

୧୯୭୭ ଆଇନ ଅନୁଯାୟୀ, ବିରୋଧୀ ଦଳ ନେତା ତାଙ୍କ ଦାୟିତ୍ୱ ଗ୍ରହଣ କରିବା ସମୟରେ ଏକ ବାସଭବନ ପାଇଛନ୍ତି । ଏସବୁ ବାଦ୍‌ ଜାଣିଲେ ତାଜୁବ ହେବେ ଯେ ରାହୁଲ ଗାନ୍ଧୀ ମାସକୁ ପ୍ରାୟ ୩ ଲକ୍ଷ ୩୦ ହଜାର ଟଙ୍କା ଦରମା ପାଉଛନ୍ତି। ଏହି ଅନୁସାରେ, ସେ ବର୍ଷକୁ ୩୯,୬୦,୦୦୦ ଟଙ୍କା ପାଉଛନ୍ତି। ୨୦୨୪ ର୍ନିବାଚନୀ ସତ୍ୟପାଠ ଅନୁଯାୟୀ, ରାହୁଲଙ୍କର ୨୦.୩୪ କୋଟି ଟଙ୍କାର ସମ୍ପତ୍ତି ଅଛି, ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୋଟ ସମ୍ପତ୍ତି (୩.୦୨ କୋଟି ଟଙ୍କା) ଠାରୁ ଛଅ ଗୁଣ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri