Posted inଜାତୀୟ

ୱାୟନାଡ ନା ରାଏବରେଲି, ନିର୍ବାଚନରେ କେଉଁଠି ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ରାହୁଲ, ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୮: ନିକଟରେ ଶେଷ ହୋଇଥିବା ୧୮ ତମ ଲୋକ ସଭା ନିର୍ବାଚନରେ ପ୍ରାର୍ଥୀମାନେ ଖର୍ଚ୍ଚର ସବିଶେଷ ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିଛନ୍ତି। ନିର୍ବାଚନରେ ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ହୋଇଥିବା ଅର୍ଥର ବିବରଣୀ କଂଗ୍ରେସ ମଧ୍ୟ ଦାଖଲ କରିଛି। ରିପୋର୍ଟ ଅନୁଯାୟୀ ରାହୁଲ ଗାନ୍ଧୀ ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ୧ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। କଂଗ୍ରେସ ନେତା ଦୁଇଟି ସ୍ଥାନରୁ କେରଳର ୱାୟନାଡ ଏବଂ ଉତ୍ତରପ୍ରଦେଶର ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।

ଦଳ ତାଙ୍କୁ ପ୍ରତ୍ୟେକ ଲୋକ ସଭା ନିର୍ବାଚନମଣ୍ଡଳୀ ପାଇଁ ୭୦ ଲକ୍ଷ ଟଙ୍କା ଦେଇଥିଲା, ଯାହାକୁ ସେ ଉଭୟ ଆସନରେ ସମାନ ଖର୍ଚ୍ଚ କରିଥିଲେ। ରାହୁଲ ଉଭୟ ଆସନରେ ଜିତିଥିଲେ। ତେବେ ସେ ରାଏବରେଲି ଆସନ ନିଜ ପାଖରେ ରଖିଥିଲେ।

କଂଗ୍ରେସ ନିକଟରେ ଶେଷ ହୋଇଥିବା ସାଧାରଣନିର୍ବାଚନର ଖର୍ଚ୍ଚର ସବିଶେଷ ତଥ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିଛି। ୱେବସାଇଟରେ ଅପଲୋଡ ହୋଇଥିବା ‘ଖର୍ଚ୍ଚ ବିବରଣୀ’ ଅନୁଯାୟୀ କଂଗ୍ରେସ ପ୍ରାୟ ସମସ୍ତ ନେତାଙ୍କୁ ନିର୍ବାଚନରେ ୭୦ ଲକ୍ଷ ଟଙ୍କା ଦେଇଥିଲା।

କଂଗ୍ରେସ ଯେଉଁ ନେତାମାନଙ୍କୁ ୭୦ ଲକ୍ଷରୁ ଅଧିକ ଟଙ୍କା ଦିଆଯାଇଥିଲା, ସେମାନଙ୍କ ମଧ୍ୟରେ ମଣ୍ଡି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିଥିବା ନେତା ବିକ୍ରମାଦିତ୍ୟ ସିଂ ଅଛନ୍ତି। ସିଂ ୮୭ ଲକ୍ଷ ଟଙ୍କା ପାଇ ନିର୍ବାଚନରେ ହାରିଗଲେ। ଏଥି ସହିତ ଆସାମର ଧୁବରୀରୁ ଜିତିଥିବା ରାକିବୁଲ ହୁସେନଙ୍କୁ ପାର୍ଟି ୭୫ ଲକ୍ଷ ଟଙ୍କା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri