Posted inଜାତୀୟ

ଅଗ୍ନିପଥ ଯୋଜନାକୁ ନେଇ ବିଜୟଭର୍ଗିୟଙ୍କ ବିବାଦୀୟ ବୟାନର ଜବାବ ରଖିଲେ ରାହୁଲ

ନୂଆଦିଲ୍ଲୀ,୨୦ ।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଛି ବିରୋଧ ପ୍ରଦର୍ଶନ । ଏହାରି ଭିତରେ ରବିବାର ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ମହାସଚିବ କୈଳାସ ବିଜୟଭର୍ଗିୟ ଅଗ୍ନିପଥ ଯୋଜନାକୁ ନେଇ ଯେଉଁ ବୟାନ ଦେଇଛନ୍ତି ଏବେ ତାହା ବିବାଦ ଘେରକୁ ଚାଲିଆସିଛି । ଏହାର ଜବାବରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ରବିବାର ରାହୁଲ ଟୁଇଟ କରି କହିଛନ୍ତି , ଯିଏ ସ୍ୱାଧିନତାର ୫୨ ବର୍ଷ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡାଇ ନାହାନ୍ତି, ସେମାନଙ୍କଠାରୁ ଯବାନଙ୍କୁ ସମ୍ମାନ ଦେବା ଆଶା କରାଯାଇ ନ ପାରେ । ରାହୁଲ ଆହୁରି ମଧ୍ୟ କହିଛନ୍ତି ଯୁବକମାନେ ସେନାରେ ଭର୍ତ୍ତି ହେବାର ଲକ୍ଷ୍ୟ ଚୌକିଦାର ହୋଇ ଭାଜପା କାର୍ଯ୍ୟାଳୟକୁ ସୁରକ୍ଷା ଦେବା ପାଇଁ ନୁହେଁ, ଦେଶର ରକ୍ଷା କରିବାକୁ ହୋଇଥାଏ । ବିଜୟଭର୍ଗିୟଙ୍କ ବୟାନ ପରେ ପ୍ରଧାନମନ୍ତ୍ରୀ ଚୁପ ରହିବା ଏହା ଉପରେ ମୋହର ମାରିବା ସଦୃଶ ।
ସୂଚନାଯୋଗ୍ୟ, ଅଗ୍ନିପଥ ଯୋଜନାକୁ ନେଇ ବିଜୟଭର୍ଗିୟ ଇନ୍ଦୋରରେ କହିଥିଲେ, ଭାଜପା କାର୍ଯ୍ୟାଳୟରେ ଆମକୁ ଯଦି ସିକ୍ୟୁରିଟି ଗାର୍ଡଙ୍କ ଆବଶ୍ୟକତା ପଡେ ତେବେ ଅଗ୍ନିବୀରଙ୍କୁ ପ୍ରାଥମିକତା ଦିଆଯିବ । ହେଲେ ଯେତେବେଳେ ତାଙ୍କର ଏହି ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଲା ସେତେବେଳେ ବିଜୟଭର୍ଗିୟ ସଫେଇ ଦେଇ କହିଛନ୍ତି ଯେ ଟୁଲକିଟ ସହ ଜଡିତ ଲୋକେ ମୋ ବୟାନକୁ ଓଲଟା ସିଧା କରି ପ୍ରସ୍ତୁତ କରି କର୍ମବୀରଙ୍କ ଅପମାନ କରିବାକୁ ଚେଷ୍ଟା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri