Posted inଜାତୀୟ

‘ଅନୁଶାସନ ଶିଖିନାହାନ୍ତି ରାହୁଲ ଗାନ୍ଧୀ’

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ ଆଜି ରାହୁଲ ଗାନ୍ଧୀ ଏବଂ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ରାହୁଲ ଜଣେ ଅନୁଶାସନହୀନ ନେତା। ତାଙ୍କ ବିଷୟରେ କିଛି କୁହାଯାଇପାରିବ ନାହିଁ ବୋଲି ରିଜିଜୁ କହିଛନ୍ତି। ସେହିପରି ଚାଇନାର ଅନୁପ୍ରବେଶକୁ ନେଇ ସଂସଦରେ ବିତର୍କ କରିବାକୁ ନେଇ ଜିଦ ଧରିଥିବା କଂଗ୍ରେସ ସମ୍ପର୍କରେ ସେ କହିଛନ୍ତି, କଂଗ୍ରେସର ନେତା ପ୍ରଣବ ମୁଖାର୍ଜୀ ଏବଂ ତତ୍କାଳୀନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଦ୍ୱାରା ୨୦୦୫ରେ ଭାଜପାକୁ ଦିଆଯାଇଥିବା ପରାମର୍ଶକୁ ମନେ ରଖିବା ଉଚିତ୍‌।
କୋଭିଡ ପ୍ରୋଟୋକଲକୁ ଦୃଷ୍ଟିରେ ରଖି ଭାରତ ଯୋଡୋ ଯାତ୍ରା ସ୍ଥଗିତ ରଖିବାକୁ ରାହୁଲ ଗାନ୍ଧୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟଙ୍କ ଅନୁରୋଧ ଉପରେ କେନ୍ଦ୍ର ଆଇନ ମନ୍ତ୍ରୀ ରିଜିଜୁଙ୍କୁ ପ୍ରଶ୍ନ କରାଯାଇଥିଲା। ଏହା ଉପରେ ରିଜିଜୁ କହିଛନ୍ତି, ମୁଁ ରାହୁଲଙ୍କ ଉପରେ ମନ୍ତବ୍ୟ ଦେବାକୁ ଚାହୁଁନାହିଁ। ସେ ଅନୁଶାସନହୀନ ଏବଂ ତାଙ୍କ ବିଷୟରେ କିଛି ପୂର୍ବାନୁମାନ କରିବା କଷ୍ଟକର। ସେ କିଛି ବି କହିପାରିବେ ଏବଂ ଯେକୌଣସି ଶବ୍ଦ ବ୍ୟବହାର କରିପାରିବେ।
ସଂସଦରେ ଚାଇନା ପ୍ରସଙ୍ଗ ଉପରେ ଆଲୋଚନା କରିବାକୁ କଂଗ୍ରେସର ଦାବି ସମ୍ପର୍କରେ ରିଜିଜୁ କହିଛନ୍ତି, ୨୦୦୫ରେ ଯେତେବେଳେ ଆମେ(ଭାଜପା) ବିରୋଧୀ ଦଳରେ ଥିଲୁ, ସେତେବେଳେ ଆମେ ଚାଇନା ସୀମା ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରିଥିଲୁ। ମନମୋହନ ସିଂ ଆମକୁ ପରାମର୍ଶ ଦେଇ କହିଥିଲେ ଯେ, ଏହା ଏକ ସମ୍ବେଦନଶୀଳ ପ୍ରସଙ୍ଗ। ସଂସଦରେ ଆଲୋଚନା ହେବା ପରିବର୍ତ୍ତେ ଆଭ୍ୟନ୍ତରୀଣ ଭାବେ କାର୍ଯ୍ୟ କରାବା ଆବଶ୍ୟକ। ଏହା ପରେ ଭାଜପା ସଂସଦରେ ଏହି ପ୍ରସଙ୍ଗ ଉଠାଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri