Posted inଜାତୀୟ

ଗେହଲୋଟ-ପାଇଲଟଙ୍କ ସହ ଏକ ଘଣ୍ଟା ଧରି ଏକେଲା ବୈଠକ କଲେ ରାହୁଲ

ଜୟପୁର,୨୦ ।୧୨: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଏବେ ରାଜସ୍ଥାନରେ ଚାଲିଛି । ଏଠାରେ ଏହି ଯାତ୍ରା ପ୍ରାୟ ୫୦୦ କିଲୋମିଟର ପଥ ଅତିକ୍ରମ କରିବ । ମାଲାଖେଡାରେ ହୋଇଥିବା ବିଶାଳ ଜନସଭା ପରେ ରାହୁଲ ଗାନ୍ଧୀ ଅଲୱର ସର୍କିଟ ହାଉସ ପହଞ୍ଚିଥିଲେ । ରାଜସ୍ଥାନରେ ଯଦିଓ ଏବେ କଂଗ୍ରେସ ସରକାର ଶାସନ କରୁଛି ହେଲେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଓ ସଚ୍ଚିନ ପାଇଲଟଙ୍କ ମଧ୍ୟରେ ତୁତୁ ମେମେ ଜାରି ରହିଛି ।
ରାଜସ୍ଥାନରେ ଦଳକୁ ମଜଭୁତ କରିବାକୁ ରାହୁଲ ଗାନ୍ଧୀ ଅଲୱରରେ ବୈଠକ କରିଛନ୍ତି । ଅଲୱର ସର୍କିଟ ହାଉସରେ ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଓ ସଚ୍ଚିନ ପାଇଲଟଙ୍କ ସହ ବନ୍ଦ କୋଠରିରେ ଲମ୍ବା ଚର୍ଚ୍ଚା କରିଛନ୍ତି । ବିଶେଷ ସୂତ୍ରର ସୂଚନା ଅନୁଯାୟୀ, ରାହୁଲ ଗାନ୍ଧୀ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଓ ସଚ୍ଚିନ ପାଇଲଟଙ୍କ ମଧ୍ୟରେ କୌଣସି ଉପାୟରେ ଦୂରତା ଶେଷ କରିବାକୁ ଚାହୁଁଛନ୍ତି । ଫଳରେ ଆଗାମୀ ଦିନରେ ବି ରାଜସ୍ଥାନରେ କଂଗ୍ରେସ ସରକାର ପୁଣିଥରେ ଶାସନ କ୍ଷମତା ହାତେଇ ପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଯୋଜନାରେ ଖର୍ଚ୍ଚ ହୋଇଛି ବଜେଟର ୪୦%

ନୂଆଦିଲ୍ଲୀ,୯ା୨: ଚଳିତ ଆର୍ଥତ୍କ ବର୍ଷ ପାଇଁ କେନ୍ଦ୍ର ବଜେଟରେ ସର୍ବବୃହତ୍‌ ଯୋଜନାଗୁଡ଼ିକ ନିମନ୍ତେ ଯେଉଁ ଅର୍ଥ ବ୍ୟୟବରାଦ ହୋଇଥିଲା, ସରକାର ୯ ମାସ ମଧ୍ୟରେ ତାହାର ମାତ୍ର…

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri