Posted inଜାତୀୟ

ଆସାମରେ କେବେ ଲାଗୁ ହେବନାହିଁ ସିଏଏ: ରାହୁଲ

ଦିସପୁର,୧୪ ।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର ଆସାମ ଗସ୍ତ କରିଛନ୍ତି । ବିଧାନସଭା ନିର୍ବାଚନ ପାଇଁ ରାହୁଲ ଆରମ୍ଭ କରିଛନ୍ତି ରାଲି । ସେ ଶିବସାଗର ଜିଲାର ଶିବନଗର ବୋର୍ଡିଂ ଫିଲ୍ଡରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ସେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତଃ ତରୁଣ ଗୋଗୋଇଙ୍କର ଖୁବ୍ ପ୍ରଶଂସା କରିଛନ୍ତି । ବେଆଇନ ବସବାସ ବା ଇଲିଗାଲ ଇମିଗ୍ରେସନ ଏବେ ସବୁଠାରୁ ବଡ ଆଲୋଚନାର ବିଷୟ ହୋଇ ଠିଆ ହୋଇଛି । ହେଲେ ଆସାମାବାସୀ ନିଜେ ଏହାର ସମାଧାନର ବାଟ ବାହାର କରିପାରିବେ ବୋଲି ରାହୁଲ କହିଛନ୍ତି । ତେବେ ରାଜ୍ୟରେ ସିଏଏ ଲାଗୁ ହେବ ନାହିଁ ବୋଲି ସେ କହିଛନ୍ତି । ଏହି ରାଲିରେ ରାହୁଲଙ୍କ ସମେତ ଆଉ କେତେଜଣ ନେତା ‘ନୋ ସିଏଏ’ ଲେଖାଥିବା ଗାମୁଛା କାନ୍ଧରେ ପକାଇଥିବା ଦେଖାଯାଇଛି । ଏହି ସମୟରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ରାହୁଲ କହିଥିଲେ ଆମେ ଦୁଇ ଆମର ଦୁଇ ବାଲା ସରକାର ଶୁଣି ରଖନ୍ତୁ କିଛି ବି ହେଇଯାଉ ରାଜ୍ୟରେ ସିଏଏ ଲାଗୁ କରାଯିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri