ଭୁବନେଶ୍ୱର,୧୧।୭: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେବେ। ସେଠାରେ ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିବେ ।
ରାହୁଲଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଡଗ ସ୍କ୍ବାଡ ଓ ବମ ସ୍କ୍ବାଡ ଟିମ ନିୟୋଜିତ ହୋଇଛନ୍ତି।
ସୂଚନାଯୋଗ୍ୟ, ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ ଆୟୋଜିତ ହେବ। ଏଥିରେ ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


