Posted inଜାତୀୟ

ରାହୁଲ ଗାନ୍ଧୀ ଜଣେ ଆତଙ୍କବାଦୀ..କହୁ କହୁ ଏମିତି କହିଦେଲେ ଅଠଓ୍ବାଲେ

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠଓ୍ବାଲେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ ରାହୁଲଙ୍କୁ ଆତଙ୍କବାଦୀ ବୋଲି କହିଛନ୍ତି। ଲୋକସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୃହରେ ହିନ୍ଦୁମାନଙ୍କ ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ରାହୁଲ କହିଥିଲେ, ନିଜକୁ ହିନ୍ଦୁ ବୋଲି କହୁଥିବା ଲୋକ ମାନେ ହିଂସା ଓ ଘୃଣା ପ୍ରଚାର କରୁଛନ୍ତି।
କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠଓ୍ବାଲେ କହିଛନ୍ତି, ରାହୁଲ ଗାନ୍ଧୀ ହିନ୍ଦୁମାନଙ୍କୁ ଆତଙ୍କବାଦୀ ବୋଲି କହିଥିଲେ, ସେ ନିଜେ ଜଣେ ଆତଙ୍କବାଦୀ। ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦୋଷ ଦେବା ଭୁଲ ନୁହେଁ। ରାହୁଲ ହିନ୍ଦୁ ସମାଜକୁ ଭାଙ୍ଗିବା ପାଇଁ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ସୋମବାର ଲୋକ ସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ ଉପରେ ଆଲୋଚନା କରୁଥିଲେ। ଏହି ସମୟରେ ସେ ସମସ୍ତ ଧର୍ମ ଦ୍ୱାରା ଦିଆଯାଇଥିବା ଶିକ୍ଷା ବିଷୟରେ ଉଲ୍ଲେଖ କରିଥିଲେ। ସେ କହିଥିଲେ, ଯେଉଁମାନେ ନିଜକୁ ହିନ୍ଦୁ ବୋଲି କହୁଛନ୍ତି ସେମାନେ ଦିନକୁ ୨୪ ଘଣ୍ଟା ହିଂସା ଏବଂ ଘୃଣା ପ୍ରଚାର କରିବା କାର୍ଯ୍ୟ କରନ୍ତି। ଜଣେ ହିନ୍ଦୁ କଦାପି ହିଂସା କରିପାରିବ ନାହିଁ, ଘୃଣା ଏବଂ ଭୟ ବିସ୍ତାର କରିପାରିବ ନାହିଁ। ରାହୁଲଙ୍କ ଏହି କଥା ଶୁଣି ଶାସକ ଦଳ ଉତ୍ତେଜିତ ହୋଇ ସ୍ଲୋଗାନ ଦେବା ଆରମ୍ଭ କରିଥିଲେ।
ରାହୁଲଙ୍କୁ ତାଙ୍କ ବିବୃତ୍ତି ପାଇଁ କ୍ଷମା ମାଗିବାକୁ ଦାବି କରାଯାଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଠିଆ ହୋଇ କହିଥିଲେ ଯେ ସମଗ୍ର ହିନ୍ଦୁ ସମାଜକୁ ହିଂସାତ୍ମକ କହିବା ଅତ୍ୟନ୍ତ ଗମ୍ଭୀର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri