Posted inଜାତୀୟ

ମୋ ପରିବାରର ଜମ୍ମୁ-କଶ୍ମୀର ସହ ପୁରୁଣା ସମ୍ପର୍କ ରହିଛି, ଏଠାକୁ ଆସି ମୋତେ ଲାଗୁଛି ମୁଁ ଘରକୁ ଆସିଛି: ରାହୁଲ

ଜମ୍ମୁ,୧୦ ।୯: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦୁଇ ଦିବସୀୟ ଜମ୍ମୁ-କଶ୍ମୀର ଗସ୍ତରେ ଶୁକ୍ରବାର ଜମ୍ମୁରେ ପହଞ୍ଚିଛନ୍ତି । ସେଠାରେ ସେ ଦଳୀୟ ବୈଠକରେ ଉଦ୍‌ବୋଧନ ଦେବା ସମୟରେ କହିଛନ୍ତି ଜମ୍ମୁ-କଶ୍ମୀର ସହ ମୋ ପରିବାରର ପୁରୁଣା ସମ୍ପର୍କ ରହିଛି । ଏଠାକୁ ଆସି ମୋତେ ଲାଗୁଛି ମୁଁ ମୋ ଘରକୁ ଆସିଛି । ଦଳକୁ ମଜଭୁତ କରିବାକୁ ସେ ଦଳୀୟ ନେତା ଓ କର୍ମୀଙ୍କ ସହ ଆଲୋଚନା କରିଛନ୍ତି । ଏହାସହ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି ରାହୁଲ । ସେ କହିଛନ୍ତି କେନ୍ଦ୍ର ସରକାରଙ୍କ ନୀତି ଜନ ବିରୋଧି । ଏହି ବୈଠକରେ ପ୍ରଦେଶ ପ୍ରଭାରୀ ରଜନି ପାଟିଲ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବି ଆଜାଦ, ପ୍ରଦେଶ ଅଧ୍ୟକ୍ଷ ଗୁଲାମ ଅହମ୍ମଦ ମିରଙ୍କ ସହ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ । ଅନୁଚ୍ଛେଦ ୩୭୦ ହଟିବା ପରେ ରାହୁଲଙ୍କର ଏହା ପ୍ରଥମ ଜମ୍ମୁ ଗସ୍ତ । ଗତ ଏକ ମାସ ମଧ୍ୟରେ ଦ୍ୱତୀୟ ଥର ଲାଗି ରାହୁଲ ଜମ୍ମୁ-କଶ୍ମୀର ଗସ୍ତ କରିଛନ୍ତି । ଏହାପୂର୍ବରୁ ସେ ୯ ଓ ୧୦ ଅଗଷ୍ଟରେ ଶ୍ରୀନଗର ଆସିଥିଲେ ସେଠାରେ ସେ ଦଳୀୟ କାର୍ଯ୍ୟାଳୟର ଉଦ୍‌ଘାଟନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?