Posted inଜାତୀୟ

ରାହୁଲ ଗାନ୍ଧୀ ହାତ ଧରିବାରୁ ଦୌଡିଲେ ୭୫ ବର୍ଷିୟ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

ନୂଆଦିଲ୍ଲୀ,୭ ।୧୦: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏବେ ଭାରତ ଯୋଡୋ ଯାତ୍ରାରେ । ଗୁରୁବାର ଅର୍ଥାତ ୬ ଅକ୍ଟୋବରରେ ଏହାକୁ ନେଇ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି ଯାହା ସମସ୍ତଙ୍କ ମନକୁ ବେଶ ପାଇଛି । ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୯ତମ ଦିନରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ହାତ ଧରି ଦୌଡିବା ଆରମ୍ଭ କରିଥିବା ବେଳେ ୭୫ ବର୍ଷିୟ ମୁଖ୍ୟମନ୍ତ୍ରୀ ବି ଏଥିରେ ଖୁବ୍ ଖୁସି ହୋଇ ଦୌଡିବା ଆରମ୍ଭ କରିଥିଲେ । ଏମିତି ଏକ ଭିଡିଓ କ୍ୟାମେରାରେ କଏଦ ହେବା ପରେ ଏବେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଭିଡିଓରେ ଉଭୟ ନେତା କାନ୍ଧରେ କାନ୍ଧ ମିଶାଇ ଦୌଡିବା ଭଳି ନଜର ଆସିଛି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷଙ୍କ ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଭାବ ଏହି ଭିଡିଓରେ ସ୍ପଷ୍ଟ ବାରି ହୋଇ ପଡୁଛି ।
ସିଦ୍ଧରମୈୟା କଛି ସମୟ ପାଇଁ ରାହୁଲଙ୍କ ସହ ଦୌଡୁଥିବା ବେଳେ ପାଖରେ ଥିବା ଅନ୍ୟ ନେତାମାନେ ହସୁଥିବା ଦେଖାଯାଇଛି । ସୂଚନାଯୋଗ୍ୟ, ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୯ତମ ଦିନରେ ଏଥିରେ ସାମିଲ ହୋଇ ନେତା ଓ କର୍ମୀଙ୍କ ଉତ୍ସାହକୁ ବଢାଇଛନ୍ତି । ଏହି ଯାତ୍ରା ସମୟରେ ସୋନିଆ ଓ ରାହୁଲଙ୍କ ଭଲପାଇବାର ଦୃଶ୍ୟ ବି ଦେଖିବାକୁ ମିଳିଛି । ଏହି ସମୟରେ ମାଆପୁଅଙ୍କର ସ୍ନେହ ଓ ପ୍ରେମର କିଛି ଫଟୋ କଂଗ୍ରେସ ନେତା ତଥା ଅନ୍ୟମାନେ ସୋସିଆଲ ମିଡିଆରେ ଶେୟାର କରିଥିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?