Posted inଜାତୀୟ

ନିଜ ଡୁପ୍ଲିକେଟ୍‌ଙ୍କୁ ଭେଟିଲେ ରାହୁଲ ଗାନ୍ଧୀ

ଲୁଧିଆନା,୧୬।୧: କଂଗ୍ରେସର ଭାରତ ଯୋଡୋ ଯାତ୍ରା ଏବେ ଲୁଧିଆନା ଦେଇ ଯାଉଛି। ଏହି ସମୟରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ନିଜ ପରି ଅବିକଳ ଦେଖାଯାଉଥିବା ବ୍ୟକ୍ତିଙ୍କୁ ଭେଟିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ମହମ୍ମଦ ଫୈଜଲ ଚୌଧୁରୀ। ସେ ଜଣେ କଂଗ୍ରେସ କର୍ମୀ ଏବଂ ମିରୁଟର ବାସିନ୍ଦା। ଫୈଜଲ ‘ଛୋଟା ରାହୁଲ’ ଭାବରେ ପ୍ରସିଦ୍ଧ।
ଜଣେ କୃଷକ ପରିବାରରେ ଜନ୍ମିତ ଫୈଜଲ ମିରୁଟରେ ପାର୍ଟି ୟୁନିଟର ଏକ ଅଂଶ। ଫୈଜଲ ଯାତ୍ରା ଶେଷ ହେବା ପର୍ଯ୍ୟନ୍ତ ଏଥିରେ ଜଡିତ ରହିବାକୁ ଚାହାଁନ୍ତି। ସେ କହିଛନ୍ତି, ମୋ ବାପା ଏବଂ ଜେଜେବାପା କଂଗ୍ରେସ ଦଳର ଆଦର୍ଶ ଦ୍ୱାରା ଅନୁପ୍ରାଣିତ ହୋଇଥିଲେ ଏବଂ ଏଥିରେ ସମ୍ପୂର୍ଣ୍ଣ ବିଶ୍ୱାସ କରିଥିଲେ। ଏହି କାରଣରୁ ମୁଁ ତିନି ବର୍ଷ ପୂର୍ବେ କଂଗ୍ରେସ ଦଳରେ ମଧ୍ୟ ଯୋଗ ଦେଇଥିଲି। ଆଲ୍ଲାଙ୍କର ଆଶୀର୍ବାଦ ଯେ, ମୋର ଚେହେରା ଦେଖି ଲୋକମାନେ ପ୍ରାୟତଃ ମୋତେ ଛୋଟା ରାହୁଲ ଗାନ୍ଧୀ ବୋଲି ଡାକନ୍ତି। ମୋ ସହ ଫଟୋ ମଧ୍ୟ ଉଠନ୍ତି।
ସୋମବାର ପଞ୍ଜାବର ଆଦମପୁରରୁ ପୁଣି ଭାରତ ଯୋଡୋ ଯାତ୍ରା ଆରମ୍ଭ ହୋଇଛି। ପ୍ରବଳ ଶୀତ ସତ୍ତ୍ୱେ ରାହୁଲ ଗାନ୍ଧୀଙ୍କ ସହ ଶହ ଶହ ଲୋକ ଯୋଗ ଦେଇଥିଲେ। କଂଗ୍ରେସ ରାଜ୍ୟ ୟୁନିଟ ମୁଖ୍ୟ ଅମରିନ୍ଦର ସିଂ ରାଜାଙ୍କ ସହ ଅନେକ ଦଳର ନେତା ରାହୁଲ ଗାନ୍ଧୀଙ୍କ ସହ ଯାତ୍ରାରେ ବୁଲୁଥିବାର ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri