Posted inଜାତୀୟ

‘ଆସନକୁ ନେଇ ଆଲୋଚନା ଚାଲିଛି, ଶୀଘ୍ର ସମାଧାନ ହେବ’, ମମତାଙ୍କ ଇଣ୍ଡିଆ ମେଣ୍ଟ ଛାଡିବା ଉପରେ ରାହୁଲଙ୍କ ବୟାନ

ନୂଆଦିଲ୍ଲୀ,୨।୨: ବର୍ତ୍ତମାନ ଲୋକ ସଭା ନିର୍ବାଚନକୁ ଆଉ କିଛି ମାସ ବାକି ଅଛି। ଯେଉଁଠାରେ ଭାଜପା ନେତୃତ୍ୱାଧୀନ ଏନଡିଏ ମେଣ୍ଟ ନିର୍ବାଚନ ପ୍ରସ୍ତୁତିରେ ଲାଗିପଡିଛି। ଅନ୍ୟପକ୍ଷରେ, ଏନଡିଏକୁ ସାମ୍ନା କରିବାକୁ ବିରୋଧୀ ଦଳର ମେଣ୍ଟ ଇଣ୍ଡିଆରେ ଫାଟ ପଡିଯାଇଛି। ପଶ୍ଚିମବଙ୍ଗରେ ତୃଳମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ କେବଳ ପଶ୍ଚିମବଙ୍ଗ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଥିବାବେଳେ ପଞ୍ଜାବରେ ଆମ ଆଦମୀ ପାର୍ଟି ଏକାକୀ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।

ଇଣ୍ଡିଆ ମେଣ୍ଟ ପାଇଁ ପଶ୍ଚିମବଙ୍ଗ ଅଧିକ ଝଟକା ଦେଇଛି। ଯେଉଁଠାରେ ୪୨ଟି ଲୋକ ସଭା ଆସନ ଅଛି ଏବଂ କଂଗ୍ରେସ ଏବଂ ଟିଏମସି ମଧ୍ୟରେ ତିକ୍ତତା ଦେଖିବାକୁ ମିଳିଛି। ଆସନ ବଣ୍ଟନ ଉପରେ ରାଗିଯାଇ ମମତା ଏକାକୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମମତାଙ୍କୁ ନେଇ ଦେଇଥିବା ବିବୃତ୍ତି ସାମ୍ନାକୁ ଆସିଛି। ଯାହାକୁ ଦେଖିବା ପରେ ଏଭଳି ଲାଗୁଛି ି ଯେ ସବୁ କିଛି ଠିକ୍‌ ଚାଲିଛି ଏବଂ କଂଗ୍ରେସ ଏବଂ ଟିଏମସି ମଧ୍ୟରେ ବନ୍ଦ କୋଠରୀରେ ଆଲୋଚନା ଚାଲିଥିବା କୁହାଯାଉଛି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ନ୍ୟାୟ ଯାତ୍ରା ସହିତ ପଶ୍ଚିମବଙ୍ଗରେ ପହଞ୍ଚିଛନ୍ତି। ଏଠାରେ ସେ ଯୁବକମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କ ସମସ୍ୟା ବୁଝିବାକୁୁ ଚେଷ୍ଟା କରୁଛନ୍ତି । ଯୁବକମାନଙ୍କ ସହ କଥାବାର୍ତ୍ତା କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ସେମାନଙ୍କୁ ପ୍ରଶ୍ନ କରିଛନ୍ତି ଯେ ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାର୍ଟି ସହିତ ଇଣ୍ଡିଆ ମେଣ୍ଟ ଅଛି। ବର୍ତ୍ତମାନ ତାଙ୍କ ଦଳର ମନୋଭାବ ବଦଳିଛି ଏବଂ ଦଳ ମେଣ୍ଟରୁ ଅଲଗା ହୋଇଥିବାର ଦେଖାଯାଉଛି। ତେବେ ମମତାଙ୍କୁ କାହିଁକି ଏତେ ପ୍ରାଥମିକତା ଦିଆଯାଉଛି?

ଏହାର ଉତ୍ତରରେ ରାହୁଲ କହିଛନ୍ତି, ଆମର ଇଣ୍ଡିଆ ମେଣ୍ଟ ଅଛି। ମମତା ବାନାର୍ଜୀ ନା ଆମେ ଇଣ୍ଡିଆ ମେଣ୍ଟ ଭାଙ୍ଗି ନାହୁଁ। ମମତା ଜୀ ଏହା ମଧ୍ୟ କହିଛନ୍ତି ଯେ, ସେ ମେଣ୍ଟରେ ଅଛନ୍ତି। ଆମେ ଏହା ମଧ୍ୟ କହୁଛୁ ଯେ ଆମେ ମେଣ୍ଟରେ ଅଛୁ। ଆସନ ବାଣ୍ଟିବା ନେଇ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଚାଲିଛି। ଏହାର ଶୀଘ୍ର ସମାଧାନ ହେବ। ରାହୁଲଙ୍କ ଏହି ବିବୃତ୍ତି ସୂଚାଇ ଦେଉଛି ଯେ କଂଗ୍ରେସ-ଟିଏମସି ମଧ୍ୟରେ ସବୁକିଛି ଠିକ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?