Posted inଜାତୀୟ

Indian Politics: ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତିକୁ ନେଇ ରାହୁଲ ଖପ୍ପା, କହିଲେ, ‘ମଧ୍ୟରାତ୍ରିରେ ନିଷ୍ପତ୍ତି ନେବା…’

ନୂଆଦିଲ୍ଲୀ,୧୮।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସରକାର ନିର୍ବାଚନ କମିଶନରଙ୍କ ଚୟନ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ କମିଶନର ଏବଂ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ସମ୍ପର୍କିତ କମିଟିର ବୈଠକ ସମୟରେ ସେ ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଏକ ଭିନ୍ନ ମତାମତ ନୋଟ ପ୍ରଦାନ କରିଥିଲେ। ଏହି ନୋଟରେ ରାହୁଲ ଗାନ୍ଧୀ ସ୍ପଷ୍ଟ ଭାବରେ କହିଛନ୍ତି , ନିର୍ବାଚନ କମିଶନରଙ୍କ ସ୍ବାଧୀନତା, ବିଶେଷକରି ନିର୍ବାଚନ କମିଶନର ଏବଂ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟା, ସରକାରୀ ହସ୍ତକ୍ଷେପରୁ ମୁକ୍ତ ହେବା ଉଚିତ୍‌।

ରାହୁଲ ଗାନ୍ଧୀ ଏହା ମଧ୍ୟ ଦାବି କରିଛନ୍ତ, ମୋଦି ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରିଛନ୍ତି ଏବଂ ଭାରତର ମୁଖ୍ୟ ବିଚାରପତିଙ୍କୁ ଏହି ଚୟନ କମିଟିରୁ ବାହାର କରିଛନ୍ତି। ଏହି କାରଣରୁ ନିର୍ବାଚନ ପ୍ରକ୍ରିୟାର ସ୍ବଚ୍ଛତା ନେଇ ଭୋଟରଙ୍କ ଚିନ୍ତା ଆହୁରି ବଢ଼ିଯାଇଛି। ସେ ଏହା ମଧ୍ୟ କହିଛନ୍ତି , ଏହା ସରକାରଙ୍କ ଦାୟିତ୍ୱରୁ ଖସିଯିବା ପାଇଁ ଏକ ପ୍ରୟାସ ଏବଂ ଗଣତାନ୍ତ୍ରିକ ପ୍ରତିଷ୍ଠାନର ମର୍ଯ୍ୟାଦାର ଉଲ୍ଲଂଘନ।

କଂଗ୍ରେସ ନେତା ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ବିରୋଧୀ ଦଳ ନେତା (LoP) ଭାବରେ, ବାବାସାହେବ ଆମ୍ବେଦକର ଏବଂ ଆମ ଦେଶର ପ୍ରତିଷ୍ଠାତା ନେତାମାନଙ୍କ ଆଦର୍ଶକୁ ଅନୁସରଣ କରି ସରକାରଙ୍କୁ ଦାୟୀ କରିବା ତାଙ୍କର କର୍ତ୍ତବ୍ୟ। ସେ ଅଭିଯୋଗ କରିଛନ୍ତି ଯେ ସମଗ୍ର ପ୍ରକ୍ରିୟାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି ଏବଂ ମାତ୍ର ୪୮ ଘଣ୍ଟା ମଧ୍ୟରେ ଏହାର ଶୁଣାଣି ହେବ। ଏପରି ପରିସ୍ଥିତିରେ, ପ୍ରଧାନମନ୍ତ୍ରୀ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ମଧ୍ୟରାତ୍ରିରେ ନିର୍ବାଚନ କମିଶନରଙ୍କ ଚୟନ ସମ୍ପର୍କରେ ନିଷ୍ପତ୍ତି ନେବା ଅନୁଚିତ୍‌।

 


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri