Posted inଜାତୀୟ

ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କୁ ପାଦରେ ଚାଲିବାକୁ ବାଧ୍ୟ କରିଥିଲେ ମୋଦି: ରାହୁଲ

ପାଟନା,୨୮ ।୧୦: ବିହାର ବିଧାନସଭା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଇତିମଧ୍ୟରେ ଦ୍ୱିତୀୟ ତଥା ତୃତୀୟ ପର୍ଯ୍ୟାୟ ମତଦାନରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷତ କରିବାକୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ସେଠାରେ ନିର୍ବାଚନ ରାଲିରେ ଯୋଗ ଦେଇଛନ୍ତି । ପ୍ରଥମେ ସେ ପଶ୍ଚିମ ଚମ୍ପାରନରେ ଏକ ରାଲିରେ ଯାଗ ଦେଇଛନ୍ତି । ସେଠାରେ ସେ ଜନତାଙ୍କୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ରାହୁଲ କହିଛନ୍ତି ମୋଦି କିଛି ବର୍ଷ ପୂର୍ବରେ ଏଠାକୁ ଆସିଥିଲେ । ସେତେବେଳେ ସେ କହିଥିଲେ ଏହା ଆଖୁ ଉତ୍ପାନଦନ ଅଞ୍ଚଳ । ତେଣୁ ଏଠାରେ ଏକ ଚିନି କଳ ଚାଲୁ କରାଯିବ । ଆର ଥରକୁ ଆସିଲେ ମୁଁ ଆପଣମାନଙ୍କ ସହ ଏହି ଚିନିରେ ଚା ମିଶାଇ ଏକାଠି ପିଇବି । ହେଲେ ଏହା କ’ଣ ସମ୍ଭବ ହୋଇଛି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି କରୋନା ମହାମାରୀକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ମୋଦି ପ୍ରବାସୀ ଶ୍ରମିକଙ୍କୁ ପାଦରେ ଚାଲି ଚାଲି ଘରକୁ ଫେରିବାକୁ ବାଧ୍ୟ କରିଛନ୍ତି । କାରଣ ସେହି ସମୟରେ ମୁଁ ଯେତେବେଳେ ପ୍ରବାସୀ ଶ୍ରମିକଙ୍କୁ ଭେଟିଥିଲି ସେମାନେ କହିଥିଲେ ସରକାର ଆମ ପାଇଁ କୌଣସି ବ୍ୟବସ୍ଥା କରି ନାହାଁନ୍ତି । ହେଲେ ଆମକୁ ଆଉ କିଛି ସମୟ ଦେଇଥିଲେ ହୁଏତ ଆମେ ଆମ ବ୍ୟବସ୍ଥା କରି ଥାଆନ୍ତୁ ବୋଲି ଶ୍ରମିକମାନେ ଲୁହଭରା ଆଖି ଓ କୋହଭରା କଣ୍ଠରେ କହିଥିଲେ । ମୋଦି ତଥା ତାଙ୍କ ଦଳ ଅର୍ଥାତ୍ ଭାରତୀୟ ଜନତା ପାର୍ଟି(ଭାଜପା) ବାରମ୍ବାର ଜନତାଙ୍କୁ ମିଛ କହି ଆସୁତିବା ବେଳେ ଏଥର ଜନତା ନିଶ୍ଚିତ ଭାବେ ତାଙ୍କୁ ତଡି ଦେବେ ବୋଲି ରାହୁଲ କହିଛନ୍ତି । ବାଲ୍ମିକି ନଗରରେ ଏକ ସଭାରେ ଉଦ୍‌ବୋଧନ ଦେବା ସମୟରେ ରାହୁଲ କହିଛନ୍ତି ଲକ୍ ଡାଉନରେ କେବଳ ଗରିବ, କୃଷକ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ସ୍ୱପ୍ନକୁ ମୋଦି ସରକାର ଭାଙ୍ଗି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri