Posted inଜାତୀୟ

ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ୍‌ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚତୁର୍ଥ ରାଉଣ୍ଡ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଛନ୍ତି। ସେ ସିଧାସଳଖ କଂଗ୍ରେସ କାର୍ଯ୍ୟାଳୟରୁ ଇଡି କାର୍ଯ୍ୟାଳୟକୁ ଯାଇଥିଲେ। ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ତାଙ୍କ ସହ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହାପୂର୍ବରୁ ରାହୁଲ ଗାନ୍ଧୀ ଲଗାତାର ତିନି ଦିନ ଇଡିରେ ହାଜର ହୋଇ ନିଜର ବିବୃତ୍ତି ରେକର୍ଡ କରିଛନ୍ତି। ଏହି ସମୟରେ କଂଗ୍ରେସ ଦଳର ବହୁ ବଡ ନେତା ଓ କର୍ମୀ ଦିଲ୍ଲୀରେ ବିରୋଧ କରିଥିଲେ।
ଏଠାରେ ରାହୁଲ ଗାନ୍ଧୀଙ୍କ ପଚରାଉଚରା ପୂର୍ବରୁ କଂଗ୍ରେସ ଆଜି ଘୋଷଣା କରିଛି ଯେ, ଦଳର ନେତା ଓ କର୍ମୀମାନେ ଇଡି କାର୍ଯ୍ୟାଳୟକୁ ଯିବେ ନାହିଁ, ବରଂ ଜନ୍ତର ମନ୍ତରରେ ଏକ ସତ୍ୟାଗ୍ରହ କରିବେ। ତେବେ ଦିଲ୍ଲୀ ପୋଲିସ ସେଠାରେ ଏକ ହଜାର ଲୋକଙ୍କୁ ଏକାଠି ହେବାକୁ ଅନୁମତି ଦେଇଛି। କଂଗ୍ରେସ କହିଛି ଯେ, କେନ୍ଦ୍ର ସରକାରଙ୍କ ବିରୋଧରେ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ କରାଯିବ।
ଏହାପୂର୍ବରୁ କଂଗ୍ରେସର ତୀବ୍ର ବିରୋଧ ମଧ୍ୟରେ ଇଡି ରାହୁଲ ଗାନ୍ଧୀଙ୍କୁ ଜୁନ ୧୩ରୁ ୧୫ ପର୍ଯ୍ୟନ୍ତ ଦିଲ୍ଲୀରେ ଲଗାତାର ତିନି ଦିନ ପ୍ରଶ୍ନ କରିଥିଲା। ରାହୁଲ ଗାନ୍ଧୀ ତାଙ୍କ ମା’ ତଥା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଦର୍ଶାଇ ଜୁନ ୧୭ରୁ ଜୁନ ୨୦ ପର୍ଯ୍ୟନ୍ତ ପଚରାଉଚରା ସ୍ଥଗିତ ରଖିବାକୁ ଇଡିଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri