Posted inଜାତୀୟ

ପୁଣି ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାଶନାଲ୍‌ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ସୋମବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଚତୁର୍ଥ ରାଉଣ୍ଡ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଛନ୍ତି। ସେ ସିଧାସଳଖ କଂଗ୍ରେସ କାର୍ଯ୍ୟାଳୟରୁ ଇଡି କାର୍ଯ୍ୟାଳୟକୁ ଯାଇଥିଲେ। ଭଉଣୀ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ତାଙ୍କ ସହ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏହାପୂର୍ବରୁ ରାହୁଲ ଗାନ୍ଧୀ ଲଗାତାର ତିନି ଦିନ ଇଡିରେ ହାଜର ହୋଇ ନିଜର ବିବୃତ୍ତି ରେକର୍ଡ କରିଛନ୍ତି। ଏହି ସମୟରେ କଂଗ୍ରେସ ଦଳର ବହୁ ବଡ ନେତା ଓ କର୍ମୀ ଦିଲ୍ଲୀରେ ବିରୋଧ କରିଥିଲେ।
ଏଠାରେ ରାହୁଲ ଗାନ୍ଧୀଙ୍କ ପଚରାଉଚରା ପୂର୍ବରୁ କଂଗ୍ରେସ ଆଜି ଘୋଷଣା କରିଛି ଯେ, ଦଳର ନେତା ଓ କର୍ମୀମାନେ ଇଡି କାର୍ଯ୍ୟାଳୟକୁ ଯିବେ ନାହିଁ, ବରଂ ଜନ୍ତର ମନ୍ତରରେ ଏକ ସତ୍ୟାଗ୍ରହ କରିବେ। ତେବେ ଦିଲ୍ଲୀ ପୋଲିସ ସେଠାରେ ଏକ ହଜାର ଲୋକଙ୍କୁ ଏକାଠି ହେବାକୁ ଅନୁମତି ଦେଇଛି। କଂଗ୍ରେସ କହିଛି ଯେ, କେନ୍ଦ୍ର ସରକାରଙ୍କ ବିରୋଧରେ ସାରା ଦେଶରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ କରାଯିବ।
ଏହାପୂର୍ବରୁ କଂଗ୍ରେସର ତୀବ୍ର ବିରୋଧ ମଧ୍ୟରେ ଇଡି ରାହୁଲ ଗାନ୍ଧୀଙ୍କୁ ଜୁନ ୧୩ରୁ ୧୫ ପର୍ଯ୍ୟନ୍ତ ଦିଲ୍ଲୀରେ ଲଗାତାର ତିନି ଦିନ ପ୍ରଶ୍ନ କରିଥିଲା। ରାହୁଲ ଗାନ୍ଧୀ ତାଙ୍କ ମା’ ତଥା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା ଦର୍ଶାଇ ଜୁନ ୧୭ରୁ ଜୁନ ୨୦ ପର୍ଯ୍ୟନ୍ତ ପଚରାଉଚରା ସ୍ଥଗିତ ରଖିବାକୁ ଇଡିଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri