Posted inଜାତୀୟ

ଏମ୍‌ପି ପଦ ଫେରିପାଇଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୭ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ଏମ୍‌ପି ପଦ ଫେରି ପାଇଛନ୍ତି। ଏନେଇ ସୋମବାର ଲୋକ ସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ମୋଦି ସର୍‌ନେମ୍‌ ମାମଲାରେ ରାହୁଲ ତାଙ୍କର ଏମ୍‌ପି ପଦ ହରାଇଥିଲେ। ତେବେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ମିଳିବା ପରେ ରାହୁଲ ଲୋକ ସଭା ସଚିବଙ୍କ ଦ୍ୱାରା ଓ୍ବାୟାନାଡ ଏମ୍‌ପି ଭାବରେ ପୁନଃ ସ୍ଥାପିତ ହୋଇଛନ୍ତି।

Congress, BJP reassess strategy in Amethi-Rae Bareli after top court relief to Rahul Gandhi. (File)

ମାର୍ଚ୍ଚ ୨୪ରେ ସେ ତାଙ୍କ ଏମ୍‌ପି ପଦ ହରାଇଥିଲେ। ମାନହାନି ମାମଲାରେ ରାହୁଲଙ୍କୁ ଚଳିତବର୍ଷ ମାର୍ଚ୍ଚରେ ସୁରଟ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ ଏବଂ ଗୁଜରାଟ ହାଇକୋର୍ଟ ଜୁଲାଇ ୭ରେ ଏହି ରାୟକୁ କାଏମ ରଖିଥିଲେ। ଏହା ପରେ ରାହୁଲ ସୁପ୍ରିମକୋର୍ଟ ଯାଇଥିଲେ।

Congress President Mallikarjun Kharge with party leader Rahul Gandhi after a press conference at AICC headquarters, in New Delhi.(HT Photo)

ଉଲ୍ଲେଖଯୋଗ୍ୟ, ୧୩ ଏପ୍ରିଲ ୨୦୧୯ରେ, କର୍ନାଟକର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ରାହୁଲ କହିଥିଲେ ଯେ, ସମସ୍ତ ଚୋରଙ୍କ ସର୍‌ନାମ ମୋଦି କାହିଁକି ହୁଏ? ଏହି ପ୍ରସଙ୍ଗରେ ପୂର୍ଣ୍ଣେଶ ମୋଦି ୨୦୧୯ରେ ତାଙ୍କ ବିରୋଧରେ ଆପରାଧିକ ମାନହାନି ମକଦ୍ଦମା ଦାୟର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri