Posted inଜାତୀୟ

‘ପ୍ରେମର ଦୋକାନ’ ନୁହେଁ ବରଂ ‘ଘୃଣାର ମେଗା ମଲ୍‌’ ଚଳାଉଛନ୍ତି ରାହୁଲ ଗାନ୍ଧୀ: ଜେପି ନଡ୍ଡା

ଅହମ୍ମଦାବାଦ୍‌,୧୦।୭: ଭାରତୀୟ ଜନତା ପାର୍ଟି ସଭାପତି ଜେପି ନଡ୍ଡା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ରାହୁଲ ଏକ ’ପ୍ରେମ ଦୋକାନ’ ନୁହେଁ ବରଂ ‘ଘୃଣାର ମେଗା ମଲ୍‌’ ଚଳାଉଛନ୍ତି। ଏଥି ସହ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଘୃଣା ବ୍ୟାପିଥିବା ଅଭିଯୋଗ କରିଛନ୍ତି।
ମୋଦି ସରକାରଙ୍କ ନଅ ବର୍ଷ ପୂରିବା ପରେ ନଡ୍ଡା ପଞ୍ଚମହଲ ଜିଲାର ଗୋଡ୍ରା ସହରରେ ଏକ ରାଲିରେ ସମ୍ବୋଧିତ କରିଥିଲେ। ବିରୋଧୀ ଦଳଗୁଡିକ ପରିବାରକେନ୍ଦ୍ରିକ ଦଳରେ ପରିଣତ ହୋଇଥିବା ସେ ଅଭିଯୋଗ କରିଛନ୍ତି। ନଡ୍ଡା କହିଛନ୍ତି, ବିରୋଧୀ ଲୋକଙ୍କ କଲ୍ୟାଣ ପାଇଁ ଚିନ୍ତିତ ନୁହଁନ୍ତି। ସେମାନେ କେବଳ ନିଜ ପରିବାରକୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି। ଯେତେବେଳେ ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱ ସ୍ତରରେ ପ୍ରଶଂସା କରାଯାଏ, ସେତେବେଳେ କଂଗ୍ରେସ ଲୋକମାନେ ଚିନ୍ତିତ ହୁଅନ୍ତି। ପ୍ରଧାନମନ୍ତ୍ରୀଙ୍କୁ ବିରୋଧ କରିବାକୁ ଚେଷ୍ଟା କରୁଥିବାବେଳେ କଂଗ୍ରେସ ନେତାମାନେ ଦେଶକୁ ବିରୋଧ କରିବା ଆରମ୍ଭ କରି ଦେଇଛନ୍ତି। ରାହୁଲ ଗାନ୍ଧୀ ବ୍ରିଟେନ ଯାଇ ଗଣତନ୍ତ୍ର ବିପଦରେ ଅଛନ୍ତି ବୋଲି କହିଥିଲେ। ତାଙ୍କ ଜେଜେମା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲଗାଇ ୧.୫ ଲକ୍ଷ ଲୋକଙ୍କୁ ଜେଲରେ ରଖିଥିଲେ। ବର୍ତ୍ତମାନ ସେମାନେ ଗଣତନ୍ତ୍ର ବିଷୟରେ କହୁଛନ୍ତି।
କଂଗ୍ରେସ ନେତାମାନଙ୍କୁ ନିମ୍ନ ସ୍ତରୀୟ ରାଜନୀତିରେ ଲିପ୍ତ ଥିବା ଅଭିଯୋଗ କରି ନଡ୍ଡା କହିଛନ୍ତି, ସେମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବଦନାମ କରିବା ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଛନ୍ତି। ପ୍ରଧାନମନ୍ତ୍ରୀ ଭାରତର୧୪୦ କୋଟି ନାଗରିକଙ୍କ ସେବା କରୁଛନ୍ତି। କଂଗ୍ରେସ ‘ପ୍ରେମର ଦୋକାନ’ ନୁହେଁ ବରଂ ‘ଘୃଣାର ମେଗା ମଲ୍‌’ ଚଳାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri