Posted inଜାତୀୟ

ବର୍ଷିଲେ ରାହୁଲ; କହିଲେ, ହିମନ୍ତ-ମିଲିନ୍ଦ ଦେଓରା ଭଳି ନେତା ତୁରନ୍ତ ଛାଡନ୍ତୁ ପାର୍ଟି

ନୂଆଦିଲ୍ଲୀ,୨।୨: ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଏବେ ପଶ୍ଚିମବଙ୍ଗରେ ଅଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ତେବେ ସେଠାରେ ଥାଇ ସେ ତାଙ୍କ ଦଳର ନେତାମାନଙ୍କୁ ଏକ ବଡ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ମିଲିନ୍ଦ ଦେଓରା ଓ ହିମନ୍ତ ବିଶ୍ୱ ସରମାଙ୍କ ପରି ନେତାମାନେ ଯଦି କଂଗ୍ରେସରେ ଅଛନ୍ତି ତେବେ ଦଳ ଛାଡି ଦିଅନ୍ତୁ। ଏହିଭଳି ନେତା ଦଳର ବିଚାରଧାର ସହ ସମସ୍କନ୍ଦ ନୁହନ୍ତି ତେଣୁ ସେମାନେ ଦଳ ଛାଡି ଯାପାରନ୍ତି।

କହିରଖୁଛୁ କି, ହିମନ୍ତ ସରମା କଂଗ୍ରେସ ଛାଡି ୨୦୧୪ରେ ଭାଜପାରେ ଯୋଗ ଦେଇଥିଲେ। ସେହିପରି ନିକଟରେ କଂଗ୍ରେସର ବରିଷ୍ଠ ନେତା ମିଲିନ୍ଦ ଦେଓରା ମଧ୍ୟ କଂଗ୍ରେସରୁ ଇସ୍ତଫା ଦେଇ ଏକନାଥ ଶିନ୍ଦେ ଗୋଷ୍ଠୀର ଶିବସେନାରେ ଯୋଗ ଦେଇଛନ୍ତି। ତେବେ ଏମାନଙ୍କ ବିଷୟରେ ଉଲ୍ଲେଖ କରିି ରାହୁଲ ନିଜ ଦଳର ନେତାମାନଙ୍କୁ ଏକ କଡା ବାର୍ତ୍ତା ଦେଇଛନ୍ତି।

ସୂଚନାଯୋଗ୍ୟ ୨୦୧୪ ଲୋକସଭା ନିର୍ବାଚନ ପୂର୍ବରୁ ହିମନ୍ତ ବିଶ୍ୱ ସରମା ଭାଜପାରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ପଞ୍ଜାବର ପୂର୍ବତନ ସିଏମ କ୍ୟାପଟେନ ଅମରିନ୍ଦର ସିଂ ୨୦୨୨ରେ ଭାଜପାରେ ଯୋଗ ଦେଇଥିଲେ। ଏଥିସହ ଜ୍ୟୋତିରାଦିତ୍ୟ ସିନ୍ଧିଆ ଠାରୁ ସୁନୀଲ ଜାଖର ଓ ଜିତିନ ପ୍ରସାଦ ଆରପିଏନ ପର୍ଯ୍ୟନ୍ତ କିଛି ନେତା ଗଲା କିଛି ବର୍ଷ ମଧ୍ୟରେ ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri